ଏଫିସୀୟ 5

ହଁ, ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ, ସେହିପରି ସ୍ତ୍ରୀମାନେ ମଧ୍ୟ ସବୁ ବିଷୟରେ ଆପଣା ଆପଣା ସ୍ୱାମୀର ବଶୀଭୂତା ହେଉନ୍ତୁ।

Ephesians 5:24 (UKJV) Therefore as the church is subject unto Christ, so let the wives be to their own husbands in every thing.

22ହେ ସ୍ତ୍ରୀମାନେ ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବଶୀଭୂତା ହୁଅ, ସେହିପରି ଆପଣା ଆପଣା ସ୍ୱାମୀର ବଶୀଭୂତ ହୁଅ,

23କାରଣ ଖ୍ରୀଷ୍ଟ ଯେପରି ମଣ୍ଡଳୀର ମସ୍ତକ ସ୍ୱରୂପ, ସ୍ୱାମୀ ମଧ୍ୟ ସେହିପରି ସ୍ତ୍ରୀର ମସ୍ତକ ସ୍ୱରୂପ, ପୁଣି, ଖ୍ରୀଷ୍ଟ ଆପଣା ଶରୀରରୂପ ମଣ୍ଡଳୀର ତ୍ରାଣକର୍ତ୍ତା।

24ହଁ, ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ, ସେହିପରି ସ୍ତ୍ରୀମାନେ ମଧ୍ୟ ସବୁ ବିଷୟରେ ଆପଣା ଆପଣା ସ୍ୱାମୀର ବଶୀଭୂତା ହେଉନ୍ତୁ।

25ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ଖ୍ରୀଷ୍ଟ ତ ମଣ୍ଡଳୀ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ,

26ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ମଣ୍ଡଳୀକୁ ପରିଷ୍କାର କରି ପବିତ୍ର କରନ୍ତି,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.