ଏଫିସୀୟ 5

ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ, ଆଉ ଏହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି।

Ephesians 5:27 (UKJV) That he might present it to himself a glorious church, not having spot, or wrinkle, or any such thing; but that it should be holy and without blemish.

25ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ଖ୍ରୀଷ୍ଟ ତ ମଣ୍ଡଳୀ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ,

26ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ମଣ୍ଡଳୀକୁ ପରିଷ୍କାର କରି ପବିତ୍ର କରନ୍ତି,

27ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ, ଆଉ ଏହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି।

28ସେହିପରି ସ୍ୱାମୀମାନଙ୍କର ମଧ୍ୟ ଆପଣା ଆପଣା ସ୍ତ୍ରୀମାନଙ୍କୁ ନିଜ ନିଜ ଶରୀର ସଦୃଶ ପ୍ରେମ କରିବା ଉଚିତ୍। ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ଆପଣାକୁ ପ୍ରେମ କରେ;

29କେହି ତ ଆପଣା ଶରୀରକୁ କେବେ ଘୃଣା କରେ ନାହିଁ, ମାତ୍ର ତାହାର ଭରଣପୋଷଣ ଓ ଲାଳନପାଳନ କରେ; ଖ୍ରୀଷ୍ଟ ମଧ୍ୟ ମଣ୍ଡଳୀ ପ୍ରତି ସେହିପରି କରନ୍ତି,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.