ଏଫିସୀୟ 5

କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହିସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;

Ephesians 5:3 (UKJV) But fornication, and all uncleanness, or covetousness, let it not be once named among you, as becomes saints;

1ଅତଏବ ପ୍ରିୟ ସନ୍ତାନମାନଙ୍କ ପରି ଈଶ୍ବରଙ୍କ ଅନୁକାରୀ ହୁଅ;

2ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ୱରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।

3କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହିସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;

4ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ।

5କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ପ୍ରତିମାପୂଜକ, ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ବରଙ୍କର ରାଜ୍ୟରେ ଅଧିକାର ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.