29କେହି ତ ଆପଣା ଶରୀରକୁ କେବେ ଘୃଣା କରେ ନାହିଁ, ମାତ୍ର ତାହାର ଭରଣପୋଷଣ ଓ ଲାଳନପାଳନ କରେ; ଖ୍ରୀଷ୍ଟ ମଧ୍ୟ ମଣ୍ଡଳୀ ପ୍ରତି ସେହିପରି କରନ୍ତି,
30ଯେଣୁ ଆମ୍ଭେମାନେ ତାହାଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ।
31ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ।
32ଏହା ଗୋଟିଏ ଅତି ନିଗୂଢ଼ତତ୍ତ୍ୱ, କିନ୍ତୁ ମୁଁ ଖ୍ରୀଷ୍ଟ ଓ ମଣ୍ଡଳୀ ସମ୍ବନ୍ଧରେ ଏହା କହୁଅଛି।
33ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ୱାମୀକୁ ଆଦର କରୁ।