5କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ପ୍ରତିମାପୂଜକ, ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ବରଙ୍କର ରାଜ୍ୟରେ ଅଧିକାର ନାହିଁ।
6କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ।
7ଅତଏବ ତୁମ୍ଭେମାନେ ସେମାନଙ୍କର ସହଭାଗୀ ହୁଅ ନାହିଁ;
8କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ସ୍ୱରୂପ ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ସ୍ୱରୂପ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର,
9(କାରଣ ସମସ୍ତ ପ୍ରକାର ଉତ୍ତମତା, ଧାର୍ମିକତା ଓ ସତ୍ୟ ଆଲୋକର ଫଳ ସ୍ୱରୂପ),