7ଅତଏବ ତୁମ୍ଭେମାନେ ସେମାନଙ୍କର ସହଭାଗୀ ହୁଅ ନାହିଁ;
8କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ସ୍ୱରୂପ ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ସ୍ୱରୂପ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର,
9(କାରଣ ସମସ୍ତ ପ୍ରକାର ଉତ୍ତମତା, ଧାର୍ମିକତା ଓ ସତ୍ୟ ଆଲୋକର ଫଳ ସ୍ୱରୂପ),
10ପ୍ରଭୁଙ୍କର କଣ ସନ୍ତୋଷଜନକ, ତାହା ଅନୁସନ୍ଧାନ କର;
11ଅନ୍ଧକାରର ନିଷ୍ଫଳ କର୍ମସବୁର ସହଭାଗୀ ହୁଅ ନାହିଁ, ବରଂ ସେସବୁର ଦୋଷ ହିଁ ଦେଖାଇଦିଅ;