11ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ଡାୟମାନ ହୋଇପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର।
12କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;
13ଏଣୁ ତୁମ୍ଭେମାନେ ଯେପରି ଦୁର୍ଦ୍ଦିନରେ ପ୍ରତିରୋଧ କରି ସର୍ବଜୟୀ ହୋଇ ଅଟଳ ରହିପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜା ଗ୍ରହଣ କର।
14ଅତଏବ ସତ୍ୟରୂପ କଟିବନ୍ଧନୀରେ କଟି ବାନ୍ଧି ଧାର୍ମିକତା ରୂପ ଊରସ୍ତ୍ରାଣ ପରିଧାନ କର,
15ଶାନ୍ତିଦାୟକ ସୁସମାଚାର ନିମନ୍ତେ ସୁସଜ୍ଜିତ ପାଦୁକା ପାଦରେ ପିନ୍ଧି ଅଟଳ ହୋଇ ରହିଥାଅ;