ଏଫିସୀୟ 6

ଶାନ୍ତିଦାୟକ ସୁସମାଚାର ନିମନ୍ତେ ସୁସଜ୍ଜିତ ପାଦୁକା ପାଦରେ ପିନ୍ଧି ଅଟଳ ହୋଇ ରହିଥାଅ;

Ephesians 6:15 (UKJV) And your feet shod with the preparation of the gospel of peace;

13ଏଣୁ ତୁମ୍ଭେମାନେ ଯେପରି ଦୁର୍ଦ୍ଦିନରେ ପ୍ରତିରୋଧ କରି ସର୍ବଜୟୀ ହୋଇ ଅଟଳ ରହିପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜା ଗ୍ରହଣ କର।

14ଅତଏବ ସତ୍ୟରୂପ କଟିବନ୍ଧନୀରେ କଟି ବାନ୍ଧି ଧାର୍ମିକତା ରୂପ ଊରସ୍ତ୍ରାଣ ପରିଧାନ କର,

15ଶାନ୍ତିଦାୟକ ସୁସମାଚାର ନିମନ୍ତେ ସୁସଜ୍ଜିତ ପାଦୁକା ପାଦରେ ପିନ୍ଧି ଅଟଳ ହୋଇ ରହିଥାଅ;

16ଏବଂ ସେଥି ସଙ୍ଗେ ସଙ୍ଗେ, ଯଦ୍ବାରା ପାପାତ୍ମାର ଅଗ୍ନିବାଣ ସବୁ ନିର୍ବାଣ କରିବାକୁ ସମର୍ଥ ହୁଅ, ସେହି ବିଶ୍ୱାସରୂପ ଢ଼ାଲ ଧର।

17ପୁଣି, ପରିତ୍ରାଣ ରୂପ ଶିରସ୍ତ୍ରାଣ ପରିଧାନ କର ଓ ଆତ୍ମାଙ୍କ ଖ‌ଡ୍ଗ, ଅର୍ଥାତ୍‍ ଈଶ୍ବରଙ୍କ ବାକ୍ୟ ଧାରଣ କର;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.