14ଅତଏବ ସତ୍ୟରୂପ କଟିବନ୍ଧନୀରେ କଟି ବାନ୍ଧି ଧାର୍ମିକତା ରୂପ ଊରସ୍ତ୍ରାଣ ପରିଧାନ କର,
15ଶାନ୍ତିଦାୟକ ସୁସମାଚାର ନିମନ୍ତେ ସୁସଜ୍ଜିତ ପାଦୁକା ପାଦରେ ପିନ୍ଧି ଅଟଳ ହୋଇ ରହିଥାଅ;
16ଏବଂ ସେଥି ସଙ୍ଗେ ସଙ୍ଗେ, ଯଦ୍ବାରା ପାପାତ୍ମାର ଅଗ୍ନିବାଣ ସବୁ ନିର୍ବାଣ କରିବାକୁ ସମର୍ଥ ହୁଅ, ସେହି ବିଶ୍ୱାସରୂପ ଢ଼ାଲ ଧର।
17ପୁଣି, ପରିତ୍ରାଣ ରୂପ ଶିରସ୍ତ୍ରାଣ ପରିଧାନ କର ଓ ଆତ୍ମାଙ୍କ ଖଡ୍ଗ, ଅର୍ଥାତ୍ ଈଶ୍ବରଙ୍କ ବାକ୍ୟ ଧାରଣ କର;
18ସର୍ବ ପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି, ସମସ୍ତ ସାଧୁଙ୍କ ନିମନ୍ତେ ଜାଗି ରହି ପ୍ରାର୍ଥନା କର।