ଏଫିସୀୟ 6

କାରଣ ତାହା ଯଥାର୍ଥ। “ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା),”

Ephesians 6:2 (UKJV) Honour your father and mother; which is the first commandment with promise;

1ହେ ସନ୍ତାନମାନେ, ପ୍ରଭୁଙ୍କ ସକାଶେ ଆପଣା ଆପଣା ପିତାମାତାଙ୍କର ଆଜ୍ଞାବହ ହୁଅ;

2କାରଣ ତାହା ଯଥାର୍ଥ। “ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା),”

3ଯେପରି ତୁମ୍ଭର ମଙ୍ଗଳ ହେବ, ଆଉ ତୁମ୍ଭେ ପୃଥିବୀରେ ଦୀର୍ଘାୟୁ ହେବ।

4ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.