ଏଫିସୀୟ 6

ପୁଣି, ମୁଁ ଯେପରି ତତ୍ ସମ୍ବନ୍ଧରେ ଯଥୋଚିତ କଥା କହିବାକୁ ସାହସ ପ୍ରାପ୍ତ ହେବି।

Ephesians 6:20 (UKJV) For which I am an ambassador in bonds: that therein I may speak boldly, as I ought to speak.

18ସର୍ବ ପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି, ସମସ୍ତ ସାଧୁଙ୍କ ନିମନ୍ତେ ଜାଗି ରହି ପ୍ରାର୍ଥନା କର।

19ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ଜଞ୍ଜିରରେ ବନ୍ଧାହୋଇଥିବା ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ,

20ପୁଣି, ମୁଁ ଯେପରି ତତ୍ ସମ୍ବନ୍ଧରେ ଯଥୋଚିତ କଥା କହିବାକୁ ସାହସ ପ୍ରାପ୍ତ ହେବି।

21ମୋହର ବିଷୟ, ଅର୍ଥାତ୍‍ ମୁଁ କିପରି ଅଛି, ଏହା ତୁମ୍ଭେମାନେ ଜାଣି ପାର, ସେଥିନିମନ୍ତେ ପ୍ରିୟ ଭ୍ରାତା ଓ ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଯେ ତୁଖିକ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ;

22ଏହି ଉଦ୍ଦେଶ୍ୟରେ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.