5ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ;
6ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ ତାହା କର ନାହିଁ, କିନ୍ତୁ ଖ୍ରୀଷ୍ଟଙ୍କ ଦାସ ପରି ଅନ୍ତର ସହ ଈଶ୍ବରଙ୍କ ଇଚ୍ଛା ସାଧନ କର।
7ସ୍ୱାଧୀନ କି ପରାଧୀନ, ଯେ କେହି ସତ୍କର୍ମ କରେ, ସେ ଯେ ପ୍ରଭୁଙ୍କଠାରୁ ସେଥିର ପୁରସ୍କାର ପାଇବ,
8ଏହା ଜାଣି ମନୁଷ୍ୟର ସେବା କଲା ପରି ନୁହେଁ, ମାତ୍ର ପ୍ରଭୁଙ୍କ ସେବା କଲା ପରି ସ୍ୱଚ୍ଛନ୍ଦରେ ସେବା କର।
9ଆଉ ହେ କର୍ତ୍ତାମାନେ, ସେହିପରି ଭାବେ ସେମାନଙ୍କ ପ୍ରତି ବ୍ୟବହାର କର, ତର୍ଜନଗର୍ଜନ କରିବାରୁ ନିବୃତ୍ତ ହୁଅ; ସମସ୍ତଙ୍କର ପ୍ରଭୁ ଯେ ସ୍ୱର୍ଗରେ ଅଛନ୍ତି; ପୁଣି ତାହାଙ୍କ ନିକଟରେ କୌଣସି ମୁଖାପେକ୍ଷା ନାହିଁ, ଏହା ଜାଣ।