ଏଷ୍ଟର 1

ସପ୍ତମ ଦିନରେ ରାଜା ଦ୍ରାକ୍ଷାରସରେ ହୃଷ୍ଟଚିତ୍ତ ହୋଇ ମହୂମନ୍‍, ବିସ୍ଥା, ହର୍ବୋଣା, ବିଗ୍‍ଥା ଓ ଅବଗଥ, ସେଥର ଓ କର୍କସ, ଅକ୍ଷଶ୍ୱେରଶ ରାଜାଙ୍କ ଛାମୁସ୍ଥ ଏହି ସାତ ସେବାକାରୀ ନପୁଂସକଙ୍କୁ ଆଜ୍ଞା ଦେଲେ,

Esther 1:10 (UKJV) On the seventh day, when the heart of the king was merry with wine, he commanded Mehuman, Biztha, Harbona, Bigtha, and Abagtha, Zethar, and Carcas, the seven chamberlains that served in the presence of Ahasuerus the king,

8ଯଦ୍ୟପି ପାନ କରିବା ବିଧିଗତ ଥିଲା; କିନ୍ତୁ କାହାରି ପାଇଁ ପାନ କରିବା ବାଧ୍ୟତାମୂଳକ କରାଯାଇ ନ ଥିଲା; କାରଣ ପ୍ରତ୍ୟେକ ଜଣକୁ ଆପଣା ଆପଣା ଇଚ୍ଛାନୁସାରେ ପାନ କରିବାର ଅନୁମତି ଦେବା ପାଇଁ ରାଜା ଆପଣାର ଗୃହାଧ୍ୟକ୍ଷ ସମସ୍ତଙ୍କୁ ଆଜ୍ଞା ଦେଇଥିଲେ।

9ମଧ୍ୟ ରାଣୀ ବଷ୍ଟୀ ଅକ୍ଷଶ୍ୱେରଶର ରାଜଗୃହରେ ସ୍ତ୍ରୀମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ।

10ସପ୍ତମ ଦିନରେ ରାଜା ଦ୍ରାକ୍ଷାରସରେ ହୃଷ୍ଟଚିତ୍ତ ହୋଇ ମହୂମନ୍‍, ବିସ୍ଥା, ହର୍ବୋଣା, ବିଗ୍‍ଥା ଓ ଅବଗଥ, ସେଥର ଓ କର୍କସ, ଅକ୍ଷଶ୍ୱେରଶ ରାଜାଙ୍କ ଛାମୁସ୍ଥ ଏହି ସାତ ସେବାକାରୀ ନପୁଂସକଙ୍କୁ ଆଜ୍ଞା ଦେଲେ,

11ତୁମ୍ଭେମାନେ ଲୋକମାନଙ୍କୁ ଓ ଅଧିପତିଗଣଙ୍କୁ ବଷ୍ଟୀ ରାଣୀର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ ତାହାଙ୍କୁ ରାଜମୁକୁଟରେ ଭୂଷିତା କରି ରାଜାଙ୍କ ଛାମୁକୁ ଆଣ, ଯେଣୁ ସେ ପରମସୁନ୍ଦରୀ ଥିଲେ।

12ମାତ୍ର ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ରାଜାଙ୍କ କଥିତ ଆଜ୍ଞାରେ ଆସିବାକୁ ଅସମ୍ମତା ହେଲା; ଏଣୁ ରାଜା ଅତିଶୟ କ୍ରୋଧ କଲେ ଓ ତାଙ୍କ ଅନ୍ତରରେ କ୍ରୋଧ ପ୍ରଜ୍ୱଳିତ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.