11ତୁମ୍ଭେମାନେ ଲୋକମାନଙ୍କୁ ଓ ଅଧିପତିଗଣଙ୍କୁ ବଷ୍ଟୀ ରାଣୀର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ ତାହାଙ୍କୁ ରାଜମୁକୁଟରେ ଭୂଷିତା କରି ରାଜାଙ୍କ ଛାମୁକୁ ଆଣ, ଯେଣୁ ସେ ପରମସୁନ୍ଦରୀ ଥିଲେ।
12ମାତ୍ର ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ରାଜାଙ୍କ କଥିତ ଆଜ୍ଞାରେ ଆସିବାକୁ ଅସମ୍ମତା ହେଲା; ଏଣୁ ରାଜା ଅତିଶୟ କ୍ରୋଧ କଲେ ଓ ତାଙ୍କ ଅନ୍ତରରେ କ୍ରୋଧ ପ୍ରଜ୍ୱଳିତ ହେଲା।
13ଏଥିଉତ୍ତାରେ ରାଜା ସମୟ ଓ କାଳର ବିଦ୍ୱାନ୍ବର୍ଗଙ୍କୁ ପଚାରିଲେ, (କାରଣ ବ୍ୟବସ୍ଥା ଓ ରାଜନୀତିଜ୍ଞମାନଙ୍କୁ ଏରୂପ ପଚାରିବାର ରାଜାଙ୍କ ରୀତି ଥିଲା;
14ଆଉ, [ଏହି ସମୟରେ] କର୍ଶନା, ଶେଥର, ଅଦ୍ମାଥା, ତର୍ଶୀଶ, ମେରସ୍, ମେର୍ସନା ଓ ମମୁଖନ୍ ରାଜାଙ୍କ ନିକଟବର୍ତ୍ତୀ ଥିଲେ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଅଧିପତି, ରାଜାଙ୍କ ମୁଖଦର୍ଶନକାରୀ, ପୁଣି ରାଜ୍ୟର ଶ୍ରେଷ୍ଠ ସ୍ଥାନରେ ଉପବିଷ୍ଟ ଥିଲେ)
15(ରାଜା ପଚାରିଲେ) “ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ପ୍ରେରିତ ଅକ୍ଷଶ୍ୱେରଶ ରାଜାଙ୍କ ଆଜ୍ଞା ନ ମାନିବାରୁ ବ୍ୟବସ୍ଥାନୁସାରେ ଆମ୍ଭେମାନେ ତାହାଙ୍କୁ କଅଣ କରିବା?”