ଏଷ୍ଟର 1

ଆଉ, [ଏହି ସମୟରେ] କର୍ଶନା, ଶେଥର, ଅଦ୍‍ମାଥା, ତର୍ଶୀଶ, ମେରସ୍‍, ମେର୍ସନା ଓ ମମୁଖନ୍‍ ରାଜାଙ୍କ ନିକଟବର୍ତ୍ତୀ ଥିଲେ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଅଧିପତି, ରାଜାଙ୍କ ମୁଖଦର୍ଶନକାରୀ, ପୁଣି ରାଜ୍ୟର ଶ୍ରେଷ୍ଠ ସ୍ଥାନରେ ଉପବିଷ୍ଟ ଥିଲେ)

Esther 1:14 (UKJV) And the next unto him was Carshena, Shethar, Admatha, Tarshish, Meres, Marsena, and Memucan, the seven princes of Persia and Media, which saw the king's face, and which sat the first in the kingdom;)

12ମାତ୍ର ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ରାଜାଙ୍କ କଥିତ ଆଜ୍ଞାରେ ଆସିବାକୁ ଅସମ୍ମତା ହେଲା; ଏଣୁ ରାଜା ଅତିଶୟ କ୍ରୋଧ କଲେ ଓ ତାଙ୍କ ଅନ୍ତରରେ କ୍ରୋଧ ପ୍ରଜ୍ୱଳିତ ହେଲା।

13ଏଥିଉତ୍ତାରେ ରାଜା ସମୟ ଓ କାଳର ବିଦ୍ୱାନ୍‍ବର୍ଗଙ୍କୁ ପଚାରିଲେ, (କାରଣ ବ୍ୟବସ୍ଥା ଓ ରାଜନୀତିଜ୍ଞମାନଙ୍କୁ ଏରୂପ ପଚାରିବାର ରାଜାଙ୍କ ରୀତି ଥିଲା;

14ଆଉ, [ଏହି ସମୟରେ] କର୍ଶନା, ଶେଥର, ଅଦ୍‍ମାଥା, ତର୍ଶୀଶ, ମେରସ୍‍, ମେର୍ସନା ଓ ମମୁଖନ୍‍ ରାଜାଙ୍କ ନିକଟବର୍ତ୍ତୀ ଥିଲେ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଅଧିପତି, ରାଜାଙ୍କ ମୁଖଦର୍ଶନକାରୀ, ପୁଣି ରାଜ୍ୟର ଶ୍ରେଷ୍ଠ ସ୍ଥାନରେ ଉପବିଷ୍ଟ ଥିଲେ)

15(ରାଜା ପଚାରିଲେ) “ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ପ୍ରେରିତ ଅକ୍ଷଶ୍ୱେରଶ ରାଜାଙ୍କ ଆଜ୍ଞା ନ ମାନିବାରୁ ବ୍ୟବସ୍ଥାନୁସାରେ ଆମ୍ଭେମାନେ ତାହାଙ୍କୁ କଅଣ କରିବା?”

16ଏଥିରେ ମମୁଖନ୍‍ ରାଜାଙ୍କ ଓ ଅଧିପତିଗଣଙ୍କ ସାକ୍ଷାତରେ ଉତ୍ତର ଦେଲା, “ବଷ୍ଟୀ ରାଣୀ କେବଳ ମହାରାଜାଙ୍କ ପ୍ରତି ନୁହେଁ, ମାତ୍ର ଅକ୍ଷଶ୍ୱେରଶ ରାଜାଙ୍କ ଅଧୀନ ସମସ୍ତ ପ୍ରଦେଶର ଯାବତୀୟ ଅଧିପତି ଓ ଯାବତୀୟ ଲୋକଙ୍କ ପ୍ରତି ଅନୁଚିତ କର୍ମ କରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.