13ଏଥିଉତ୍ତାରେ ରାଜା ସମୟ ଓ କାଳର ବିଦ୍ୱାନ୍ବର୍ଗଙ୍କୁ ପଚାରିଲେ, (କାରଣ ବ୍ୟବସ୍ଥା ଓ ରାଜନୀତିଜ୍ଞମାନଙ୍କୁ ଏରୂପ ପଚାରିବାର ରାଜାଙ୍କ ରୀତି ଥିଲା;
14ଆଉ, [ଏହି ସମୟରେ] କର୍ଶନା, ଶେଥର, ଅଦ୍ମାଥା, ତର୍ଶୀଶ, ମେରସ୍, ମେର୍ସନା ଓ ମମୁଖନ୍ ରାଜାଙ୍କ ନିକଟବର୍ତ୍ତୀ ଥିଲେ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଅଧିପତି, ରାଜାଙ୍କ ମୁଖଦର୍ଶନକାରୀ, ପୁଣି ରାଜ୍ୟର ଶ୍ରେଷ୍ଠ ସ୍ଥାନରେ ଉପବିଷ୍ଟ ଥିଲେ)
15(ରାଜା ପଚାରିଲେ) “ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ପ୍ରେରିତ ଅକ୍ଷଶ୍ୱେରଶ ରାଜାଙ୍କ ଆଜ୍ଞା ନ ମାନିବାରୁ ବ୍ୟବସ୍ଥାନୁସାରେ ଆମ୍ଭେମାନେ ତାହାଙ୍କୁ କଅଣ କରିବା?”
16ଏଥିରେ ମମୁଖନ୍ ରାଜାଙ୍କ ଓ ଅଧିପତିଗଣଙ୍କ ସାକ୍ଷାତରେ ଉତ୍ତର ଦେଲା, “ବଷ୍ଟୀ ରାଣୀ କେବଳ ମହାରାଜାଙ୍କ ପ୍ରତି ନୁହେଁ, ମାତ୍ର ଅକ୍ଷଶ୍ୱେରଶ ରାଜାଙ୍କ ଅଧୀନ ସମସ୍ତ ପ୍ରଦେଶର ଯାବତୀୟ ଅଧିପତି ଓ ଯାବତୀୟ ଲୋକଙ୍କ ପ୍ରତି ଅନୁଚିତ କର୍ମ କରିଅଛନ୍ତି।
17କାରଣ ରାଣୀଙ୍କ ଏହି କର୍ମର କଥା ସକଳ ସ୍ତ୍ରୀଲୋକଙ୍କ ମଧ୍ୟରେ ବ୍ୟାପି ଯିବ, ‘ଆଉ ଅକ୍ଷଶ୍ୱେରଶ ରାଜା ବଷ୍ଟୀ ରାଣୀଙ୍କୁ ଆପଣା ନିକଟକୁ ଆଣିବାକୁ ଆଜ୍ଞା ଦେଲେ, ମାତ୍ର ସେ ଆସିଲେ ନାହିଁ;’ ଏହି ସମ୍ବାଦ ପାଇଲେ ସେମାନଙ୍କ ସାକ୍ଷାତରେ ସେମାନଙ୍କ ସ୍ୱାମୀମାନେ ତୁଚ୍ଛନୀୟ ହେବେ।