ଏଷ୍ଟର 1

କାରଣ ରାଣୀଙ୍କ ଏହି କର୍ମର କଥା ସକଳ ସ୍ତ୍ରୀଲୋକଙ୍କ ମଧ୍ୟରେ ବ୍ୟାପି ଯିବ, ‘ଆଉ ଅକ୍ଷଶ୍ୱେରଶ ରାଜା ବଷ୍ଟୀ ରାଣୀଙ୍କୁ ଆପଣା ନିକଟକୁ ଆଣିବାକୁ ଆଜ୍ଞା ଦେଲେ, ମାତ୍ର ସେ ଆସିଲେ ନାହିଁ;’ ଏହି ସମ୍ବାଦ ପାଇଲେ ସେମାନଙ୍କ ସାକ୍ଷାତରେ ସେମାନଙ୍କ ସ୍ୱାମୀମାନେ ତୁଚ୍ଛନୀୟ ହେବେ।

Esther 1:17 (UKJV) For this deed of the queen shall come abroad unto all women, so that they shall despise their husbands in their eyes, when it shall be reported, The king Ahasuerus commanded Vashti the queen to be brought in before him, but she came not.

15(ରାଜା ପଚାରିଲେ) “ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ପ୍ରେରିତ ଅକ୍ଷଶ୍ୱେରଶ ରାଜାଙ୍କ ଆଜ୍ଞା ନ ମାନିବାରୁ ବ୍ୟବସ୍ଥାନୁସାରେ ଆମ୍ଭେମାନେ ତାହାଙ୍କୁ କଅଣ କରିବା?”

16ଏଥିରେ ମମୁଖନ୍‍ ରାଜାଙ୍କ ଓ ଅଧିପତିଗଣଙ୍କ ସାକ୍ଷାତରେ ଉତ୍ତର ଦେଲା, “ବଷ୍ଟୀ ରାଣୀ କେବଳ ମହାରାଜାଙ୍କ ପ୍ରତି ନୁହେଁ, ମାତ୍ର ଅକ୍ଷଶ୍ୱେରଶ ରାଜାଙ୍କ ଅଧୀନ ସମସ୍ତ ପ୍ରଦେଶର ଯାବତୀୟ ଅଧିପତି ଓ ଯାବତୀୟ ଲୋକଙ୍କ ପ୍ରତି ଅନୁଚିତ କର୍ମ କରିଅଛନ୍ତି।

17କାରଣ ରାଣୀଙ୍କ ଏହି କର୍ମର କଥା ସକଳ ସ୍ତ୍ରୀଲୋକଙ୍କ ମଧ୍ୟରେ ବ୍ୟାପି ଯିବ, ‘ଆଉ ଅକ୍ଷଶ୍ୱେରଶ ରାଜା ବଷ୍ଟୀ ରାଣୀଙ୍କୁ ଆପଣା ନିକଟକୁ ଆଣିବାକୁ ଆଜ୍ଞା ଦେଲେ, ମାତ୍ର ସେ ଆସିଲେ ନାହିଁ;’ ଏହି ସମ୍ବାଦ ପାଇଲେ ସେମାନଙ୍କ ସାକ୍ଷାତରେ ସେମାନଙ୍କ ସ୍ୱାମୀମାନେ ତୁଚ୍ଛନୀୟ ହେବେ।

18ଆଉ, ପାରସ୍ୟ ଓ ମାଦୀୟାର ଯେଉଁ କୁଳୀନା ସ୍ତ୍ରୀଗଣ ରାଣୀଙ୍କ ଏହି କର୍ମର ସମାଚାର ଆଜି ଶୁଣିଅଛନ୍ତି, ସେମାନେ ରାଜାଙ୍କ ସମସ୍ତ ଅଧିପତିଙ୍କୁ ଏହିରୂପେ କହିବେ, ତହିଁରୁ ଅତିଶୟ ନିନ୍ଦା ଓ କ୍ରୋଧ ଉତ୍ପନ୍ନ ହେବ।

19ଏନିମନ୍ତେ ଯେବେ ମହାରାଜା ସନ୍ତୁଷ୍ଟ ହୁଅନ୍ତି, ତେବେ ବଷ୍ଟୀ ଅକ୍ଷଶ୍ୱେରଶ ରାଜା ନିକଟକୁ ଆଉ ନ ଆସିବାକୁ ରାଜାଜ୍ଞା ଶ୍ରୀଛାମୁରୁ ପ୍ରକାଶିତ ହେଉ; ପୁଣି, ଏହା ଅନ୍ୟଥା ନୋହିବା ପାଇଁ ପାରସିକ ଓ ମାଦୀୟ ବ୍ୟବସ୍ଥା ମଧ୍ୟରେ ଲିଖିତ ହେଉ; ପୁଣି, ମହାରାଜା ତାହାର ରାଣୀପଦ ଅନ୍ୟକୁ ଦିଅନ୍ତୁ ଯେ ତାହା ଅପେକ୍ଷା ଅଧିକ ଉତ୍ତମ ଅଟନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.