ଏଷ୍ଟର 1

ଏହି ଅକ୍ଷଶ୍ୱେରଶ ରାଜା ଶୂଶନ୍‍ ରାଜଧାନୀରେ ଆପଣା ରାଜସିଂହାସନରେ ଉପବିଷ୍ଟ ହେଲା ଉତ୍ତାରେ,

Esther 1:2 (UKJV) That in those days, when the king Ahasuerus sat on the throne of his kingdom, which was in Shushan the palace,

1ଅକ୍ଷଶ୍ୱେରଶ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶତ ସତାଇଶ ପ୍ରଦେଶ ଉପରେ ରାଜ୍ୟ କଲେ।

2ଏହି ଅକ୍ଷଶ୍ୱେରଶ ରାଜା ଶୂଶନ୍‍ ରାଜଧାନୀରେ ଆପଣା ରାଜସିଂହାସନରେ ଉପବିଷ୍ଟ ହେଲା ଉତ୍ତାରେ,

3ଆପଣା ରାଜତ୍ଵର ତୃତୀୟ ବର୍ଷରେ ଆପଣା ସକଳ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ; ତହିଁରେ ପାରସ୍ୟ ଓ ମାଦୀୟା ଦେଶର ବିକ୍ରମୀ ଲୋକମାନେ ପୁଣି କୁଳୀନ ଓ ପ୍ରଦେଶାଧିପତିମାନେ ତାହାର ସାକ୍ଷାତରେ ଉପସ୍ଥିତ ହେଲେ।

4ସେ ଆପଣା ପ୍ରତାପାନ୍ୱିତ ରାଜ୍ୟର ଧନ ଓ ଆପଣା ମହତ୍ତ୍ୱର ଶୋଭାର ଉତ୍କୃଷ୍ଟତା ଅନେକ ଦିନ, ଅର୍ଥାତ୍‍, ଏକ ଶତ ଅଶୀ ଦିନ ପର୍ଯ୍ୟନ୍ତ ପ୍ରଦର୍ଶନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.