ଏଷ୍ଟର 1

ଆହୁରି, ରାଜ୍ୟ ବୃହତ, ଏଣୁ ରାଜ୍ୟର ସବୁ ସ୍ଥାନରେ ଏହି ରାଜାଜ୍ଞା ପ୍ରକାଶିତ ହେଲେ, ସ୍ୱାମୀ କ୍ଷୁଦ୍ର ହେଉ କି ମହାନ ହେଉ, ସମସ୍ତ ଭାର୍ଯ୍ୟାମାନେ ଆପଣା ଆପଣା ସ୍ୱାମୀମାନଙ୍କୁ ମର୍ଯ୍ୟାଦା କରିବେ।”

Esther 1:20 (UKJV) And when the king's decree which he shall make shall be published throughout all his empire, (for it is great,) all the wives shall give to their husbands honour, both to great and small.

18ଆଉ, ପାରସ୍ୟ ଓ ମାଦୀୟାର ଯେଉଁ କୁଳୀନା ସ୍ତ୍ରୀଗଣ ରାଣୀଙ୍କ ଏହି କର୍ମର ସମାଚାର ଆଜି ଶୁଣିଅଛନ୍ତି, ସେମାନେ ରାଜାଙ୍କ ସମସ୍ତ ଅଧିପତିଙ୍କୁ ଏହିରୂପେ କହିବେ, ତହିଁରୁ ଅତିଶୟ ନିନ୍ଦା ଓ କ୍ରୋଧ ଉତ୍ପନ୍ନ ହେବ।

19ଏନିମନ୍ତେ ଯେବେ ମହାରାଜା ସନ୍ତୁଷ୍ଟ ହୁଅନ୍ତି, ତେବେ ବଷ୍ଟୀ ଅକ୍ଷଶ୍ୱେରଶ ରାଜା ନିକଟକୁ ଆଉ ନ ଆସିବାକୁ ରାଜାଜ୍ଞା ଶ୍ରୀଛାମୁରୁ ପ୍ରକାଶିତ ହେଉ; ପୁଣି, ଏହା ଅନ୍ୟଥା ନୋହିବା ପାଇଁ ପାରସିକ ଓ ମାଦୀୟ ବ୍ୟବସ୍ଥା ମଧ୍ୟରେ ଲିଖିତ ହେଉ; ପୁଣି, ମହାରାଜା ତାହାର ରାଣୀପଦ ଅନ୍ୟକୁ ଦିଅନ୍ତୁ ଯେ ତାହା ଅପେକ୍ଷା ଅଧିକ ଉତ୍ତମ ଅଟନ୍ତି।

20ଆହୁରି, ରାଜ୍ୟ ବୃହତ, ଏଣୁ ରାଜ୍ୟର ସବୁ ସ୍ଥାନରେ ଏହି ରାଜାଜ୍ଞା ପ୍ରକାଶିତ ହେଲେ, ସ୍ୱାମୀ କ୍ଷୁଦ୍ର ହେଉ କି ମହାନ ହେଉ, ସମସ୍ତ ଭାର୍ଯ୍ୟାମାନେ ଆପଣା ଆପଣା ସ୍ୱାମୀମାନଙ୍କୁ ମର୍ଯ୍ୟାଦା କରିବେ।”

21ଏହି କଥାରେ ରାଜା ଓ ଅଧିପତିଗଣ ସନ୍ତୁଷ୍ଟ ହୁଅନ୍ତେ, ରାଜା ମମୁଖନ୍‍ର ପରାମର୍ଶନୁସାରେ କର୍ମ କଲେ।

22ତହୁଁ ସେ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ ରାଜାଙ୍କ ଅଧୀନ ପ୍ରତ୍ୟେକ ପ୍ରଦେଶକୁ ଏହିରୂପେ ପତ୍ର ପଠାଇଲେ, ପ୍ରତ୍ୟେକ ପୁରୁଷ ଆପଣା ଆପଣା ଗୃହରେ କର୍ତ୍ତୃତ୍ୱ କରୁ ଓ ସ୍ୱଗୋଷ୍ଠୀୟ ଭାଷାନୁସାରେ ତାହା ପ୍ରଚାର କରୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.