ଏଷ୍ଟର 1

ସେ ଆପଣା ପ୍ରତାପାନ୍ୱିତ ରାଜ୍ୟର ଧନ ଓ ଆପଣା ମହତ୍ତ୍ୱର ଶୋଭାର ଉତ୍କୃଷ୍ଟତା ଅନେକ ଦିନ, ଅର୍ଥାତ୍‍, ଏକ ଶତ ଅଶୀ ଦିନ ପର୍ଯ୍ୟନ୍ତ ପ୍ରଦର୍ଶନ କଲେ।

Esther 1:4 (UKJV) When he showed the riches of his glorious kingdom and the honour of his excellent majesty many days, even an hundred and fourscore days.

2ଏହି ଅକ୍ଷଶ୍ୱେରଶ ରାଜା ଶୂଶନ୍‍ ରାଜଧାନୀରେ ଆପଣା ରାଜସିଂହାସନରେ ଉପବିଷ୍ଟ ହେଲା ଉତ୍ତାରେ,

3ଆପଣା ରାଜତ୍ଵର ତୃତୀୟ ବର୍ଷରେ ଆପଣା ସକଳ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ; ତହିଁରେ ପାରସ୍ୟ ଓ ମାଦୀୟା ଦେଶର ବିକ୍ରମୀ ଲୋକମାନେ ପୁଣି କୁଳୀନ ଓ ପ୍ରଦେଶାଧିପତିମାନେ ତାହାର ସାକ୍ଷାତରେ ଉପସ୍ଥିତ ହେଲେ।

4ସେ ଆପଣା ପ୍ରତାପାନ୍ୱିତ ରାଜ୍ୟର ଧନ ଓ ଆପଣା ମହତ୍ତ୍ୱର ଶୋଭାର ଉତ୍କୃଷ୍ଟତା ଅନେକ ଦିନ, ଅର୍ଥାତ୍‍, ଏକ ଶତ ଅଶୀ ଦିନ ପର୍ଯ୍ୟନ୍ତ ପ୍ରଦର୍ଶନ କଲେ।

5ତହୁଁ ଏସବୁ ଦିନ ଗତ ହୁଅନ୍ତେ, ରାଜା ଶୂଶନ୍‍ ରାଜଧାନୀରେ ଉପସ୍ଥିତ ବଡ଼ ଓ ସାନ ସମସ୍ତ ଲୋକଙ୍କ ପାଇଁ ରାଜପୁରୀସ୍ଥ ଉଦ୍ୟାନର ପ୍ରାଙ୍ଗଣରେ ସାତ ଦିନ ପର୍ଯ୍ୟନ୍ତ ଭୋଜ କଲେ।

6ସେଠାରେ କାର୍ପାସନିର୍ମିତ, ଶୁକ୍ଳ, ହରିତ୍‍ ଓ ନୀଳ ବସ୍ତ୍ରର ଚନ୍ଦ୍ରାତପ ଥିଲା, ତାହା ଶୁକ୍ଳ ଓ ଧୂମ୍ରବର୍ଣ୍ଣ ରଜ୍ଜୁ ଦ୍ୱାରା ରୌପ୍ୟମୟ କଡ଼ାରେ ମର୍ମର ସ୍ତମ୍ଭରେ ବନ୍ଧା ଥିଲା, ପୁଣି ରକ୍ତ ଓ ଶୁକ୍ଳ ଓ ପୀତ ଓ କୃଷ୍ଣବର୍ଣ୍ଣ ମର୍ମର ପ୍ରସ୍ତର ନିର୍ମିତ ଚଟାଣ ଉପରେ ସ୍ୱର୍ଣ୍ଣ ଓ ରୌପ୍ୟମୟ ଆସନ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.