7ଆଉ, ସେମାନେ ନାନା ପ୍ରକାର ସୁବର୍ଣ୍ଣ ପାତ୍ରରେ ପାନଦ୍ରବ୍ୟ ଓ ରାଜାଙ୍କ ଉଦାରତାନୁସାରେ ପ୍ରଚୁର ରାଜକୀୟ ଦ୍ରାକ୍ଷାରସ ଦେଲେ।
8ଯଦ୍ୟପି ପାନ କରିବା ବିଧିଗତ ଥିଲା; କିନ୍ତୁ କାହାରି ପାଇଁ ପାନ କରିବା ବାଧ୍ୟତାମୂଳକ କରାଯାଇ ନ ଥିଲା; କାରଣ ପ୍ରତ୍ୟେକ ଜଣକୁ ଆପଣା ଆପଣା ଇଚ୍ଛାନୁସାରେ ପାନ କରିବାର ଅନୁମତି ଦେବା ପାଇଁ ରାଜା ଆପଣାର ଗୃହାଧ୍ୟକ୍ଷ ସମସ୍ତଙ୍କୁ ଆଜ୍ଞା ଦେଇଥିଲେ।
9ମଧ୍ୟ ରାଣୀ ବଷ୍ଟୀ ଅକ୍ଷଶ୍ୱେରଶର ରାଜଗୃହରେ ସ୍ତ୍ରୀମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ।
10ସପ୍ତମ ଦିନରେ ରାଜା ଦ୍ରାକ୍ଷାରସରେ ହୃଷ୍ଟଚିତ୍ତ ହୋଇ ମହୂମନ୍, ବିସ୍ଥା, ହର୍ବୋଣା, ବିଗ୍ଥା ଓ ଅବଗଥ, ସେଥର ଓ କର୍କସ, ଅକ୍ଷଶ୍ୱେରଶ ରାଜାଙ୍କ ଛାମୁସ୍ଥ ଏହି ସାତ ସେବାକାରୀ ନପୁଂସକଙ୍କୁ ଆଜ୍ଞା ଦେଲେ,
11ତୁମ୍ଭେମାନେ ଲୋକମାନଙ୍କୁ ଓ ଅଧିପତିଗଣଙ୍କୁ ବଷ୍ଟୀ ରାଣୀର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ ତାହାଙ୍କୁ ରାଜମୁକୁଟରେ ଭୂଷିତା କରି ରାଜାଙ୍କ ଛାମୁକୁ ଆଣ, ଯେଣୁ ସେ ପରମସୁନ୍ଦରୀ ଥିଲେ।