1ଏହିସବୁ ଘଟଣା ଉତ୍ତାରେ ଅକ୍ଷଶ୍ୱେରଶ ରାଜାଙ୍କ କ୍ରୋଧ ଶାନ୍ତ ହୁଅନ୍ତେ, ସେ ବଷ୍ଟୀକୁ ଓ ତାହାର କାର୍ଯ୍ୟ ଓ ତାହା ପ୍ରତିକୂଳରେ ପ୍ରଦତ୍ତ ଆଜ୍ଞା ସ୍ମରଣ କଲେ।
2ତେଣୁ ରାଜାଙ୍କ ସେବାକାରୀ ଭୃତ୍ୟମାନେ ତାହାଙ୍କୁ କହିଲେ, “ମହାରାଜାଙ୍କ ପାଇଁ ସୁନ୍ଦରୀ ଯୁବତୀ କନ୍ୟାଗଣର ଅନ୍ଵେଷଣ କରାଯାଉ।
3ଆଉ, ମହାରାଜା ଆପଣା ରାଜ୍ୟର ସମସ୍ତ ପ୍ରଦେଶରେ କର୍ମଚାରୀଗଣ ନିଯୁକ୍ତ କରନ୍ତୁ; ସେମାନେ ସେହି ସବୁ ସୁନ୍ଦରୀ ଯୁବତୀ କନ୍ୟାଗଣକୁ ଶୂଶନ୍ ରାଜଧାନୀରେ ଏକତ୍ର କରି ଅନ୍ତଃପୁରରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟର ହସ୍ତରେ ସମର୍ପଣ କରନ୍ତୁ; ପୁଣି, ସେମାନଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେମାନଙ୍କୁ ଦତ୍ତ ହେଉ,