ଏଷ୍ଟର 2

ପୁଣି, ରାଜା ନିକଟକୁ ଯିବାକୁ ହେଲେ, ପ୍ରତ୍ୟେକ ଯୁବତୀ ନିମନ୍ତେ ଏହି ନିୟମ ଥିଲା ଯେ, ସେ କୌଣସି ଦ୍ରବ୍ୟ ମାଗିଲେ, ଅନ୍ତଃପୁରରୁ ରାଜଗୃହକୁ ଯିବା ସମୟରେ ସଙ୍ଗେ ନେବା ନିମନ୍ତେ ତାହା ତାକୁ ଦିଆଯାଉଥିଲା।

Esther 2:13 (UKJV) Then thus came every maiden unto the king; whatsoever she desired was given her to go with her out of the house of the women unto the king's house.

11ଏଥିଉତ୍ତାରେ ଏଷ୍ଟର କିପରି ଅଛି ଓ ତାହା ପ୍ରତି କʼଣ କରାଯିବ, ଏହା ଜାଣିବା ପାଇଁ ମର୍ଦ୍ଦଖୟ ପ୍ରତିଦିନ ଅନ୍ତଃପୁରର ପ୍ରାଙ୍ଗଣ ସମ୍ମୁଖରେ ଯାତାୟାତ କଲେ।

12ପୁଣି, ଦ୍ୱାଦଶ ମାସ ପର୍ଯ୍ୟନ୍ତ ସ୍ତ୍ରୀଲୋକଙ୍କ ନିୟମିତ ସେବା ପାଇଲା ଉତ୍ତାରେ ଅକ୍ଷଶ୍ୱେରଶ ରାଜା ନିକଟକୁ ଏକ ଏକ କନ୍ୟାର ଯିବାର ପାଳି ଉପସ୍ଥିତ ହେଲା; କାରଣ ସେମାନଙ୍କ ଅଙ୍ଗସଂସ୍କାରରେ ଏତେ ଦିନ ଲାଗିଲା, ଅର୍ଥାତ୍‍, ଛଅ ମାସ ଗନ୍ଧରସର ତୈଳ ଓ ଛଅ ମାସ ସୁଗନ୍ଧି ଓ ସ୍ତ୍ରୀଲୋକଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେବନ କରିବାକୁ ହେଲା;

13ପୁଣି, ରାଜା ନିକଟକୁ ଯିବାକୁ ହେଲେ, ପ୍ରତ୍ୟେକ ଯୁବତୀ ନିମନ୍ତେ ଏହି ନିୟମ ଥିଲା ଯେ, ସେ କୌଣସି ଦ୍ରବ୍ୟ ମାଗିଲେ, ଅନ୍ତଃପୁରରୁ ରାଜଗୃହକୁ ଯିବା ସମୟରେ ସଙ୍ଗେ ନେବା ନିମନ୍ତେ ତାହା ତାକୁ ଦିଆଯାଉଥିଲା।

14ସେ ସନ୍ଧ୍ୟାକାଳରେ ଯାଇ ପ୍ରଭାତରେ ଉପପତ୍ନୀଗଣର ରକ୍ଷକ ରାଜନପୁଂସକ ଶାଶ୍‍ଗସର ନିକଟକୁ ଦ୍ୱିତୀୟ ଅନ୍ତଃପୁରକୁ ଫେରି ଆସିଲେ; ରାଜା ତାହା ପ୍ରତି ତୁଷ୍ଟ ହୋଇ ଯେପର୍ଯ୍ୟନ୍ତ ତାହାର ନାମ ଧରି ନ ଡକାଇଲେ, ସେ ରାଜା ନିକଟକୁ ପୁନର୍ବାର ଯିବ ନାହିଁ।

15ଏଉତ୍ତାରୁ ମର୍ଦ୍ଦଖୟ ଆପଣା ପିତୃବ୍ୟ ଅବୀହୟିଲର ଯେଉଁ ଏଷ୍ଟର ନାମ୍ନୀ କନ୍ୟାକୁ ନିଜ କନ୍ୟା ରୂପେ ଗ୍ରହଣ କରିଥିଲେ, ରାଜା ନିକଟକୁ ତାହାର ଯିବାର ପାଳି ପଡ଼ନ୍ତେ, ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟ ଯାହା ଯାହା ନିରୂପଣ କରିଥିଲେ, ତାହା ଛଡ଼ା ସେ ଆଉ କିଛି ମାଗିଲା ନାହିଁ; ତଥାପି ଯେଉଁମାନେ ଏଷ୍ଟର ପ୍ରତି ଦୃଷ୍ଟି କଲେ, ସେସମସ୍ତେ ତାହାଙ୍କୁ ଅନୁଗ୍ରହ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.