ଏଷ୍ଟର 2

ତହିଁରେ ରାଜା ଅନ୍ୟ ସକଳ ସ୍ତ୍ରୀଠାରୁ ଏଷ୍ଟରଙ୍କୁ ଅଧିକ ପ୍ରେମ କଲେ, ପୁଣି ଅନ୍ୟ ସକଳ ଯୁବତୀଠାରୁ ସେ ରାଜାଙ୍କ ଦୃଷ୍ଟିରେ ଅଧିକ ଅନୁଗ୍ରହ ଓ ଦୟା ପାଇଲା; ଏଣୁ ସେ ତାହାର ମସ୍ତକରେ ରାଜମୁକୁଟ ଦେଇ ବଷ୍ଟୀ ବଦଳେ ତାକୁ ରାଣୀ କଲେ।

Esther 2:17 (UKJV) And the king loved Esther above all the women, and she obtained grace and favour in his sight more than all the virgins; so that he set the royal crown upon her head, and made her queen instead of Vashti.

15ଏଉତ୍ତାରୁ ମର୍ଦ୍ଦଖୟ ଆପଣା ପିତୃବ୍ୟ ଅବୀହୟିଲର ଯେଉଁ ଏଷ୍ଟର ନାମ୍ନୀ କନ୍ୟାକୁ ନିଜ କନ୍ୟା ରୂପେ ଗ୍ରହଣ କରିଥିଲେ, ରାଜା ନିକଟକୁ ତାହାର ଯିବାର ପାଳି ପଡ଼ନ୍ତେ, ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟ ଯାହା ଯାହା ନିରୂପଣ କରିଥିଲେ, ତାହା ଛଡ଼ା ସେ ଆଉ କିଛି ମାଗିଲା ନାହିଁ; ତଥାପି ଯେଉଁମାନେ ଏଷ୍ଟର ପ୍ରତି ଦୃଷ୍ଟି କଲେ, ସେସମସ୍ତେ ତାହାଙ୍କୁ ଅନୁଗ୍ରହ କଲେ।

16ରାଜାଙ୍କ ରାଜତ୍ଵର ସପ୍ତମ ବର୍ଷର ଦଶମ ମାସରେ, ଅର୍ଥାତ୍‍, ଟେବେତ୍‍ ମାସରେ, ଏଷ୍ଟର ରାଜଗୃହକୁ ଅକ୍ଷଶ୍ୱେରଶ ରାଜା ନିକଟକୁ ନିଆଗଲା।

17ତହିଁରେ ରାଜା ଅନ୍ୟ ସକଳ ସ୍ତ୍ରୀଠାରୁ ଏଷ୍ଟରଙ୍କୁ ଅଧିକ ପ୍ରେମ କଲେ, ପୁଣି ଅନ୍ୟ ସକଳ ଯୁବତୀଠାରୁ ସେ ରାଜାଙ୍କ ଦୃଷ୍ଟିରେ ଅଧିକ ଅନୁଗ୍ରହ ଓ ଦୟା ପାଇଲା; ଏଣୁ ସେ ତାହାର ମସ୍ତକରେ ରାଜମୁକୁଟ ଦେଇ ବଷ୍ଟୀ ବଦଳେ ତାକୁ ରାଣୀ କଲେ।

18ଏଥିଉତ୍ତାରେ ରାଜା ଆପଣା ସମସ୍ତ ଅଧିପତି ଓ ଦାସମାନଙ୍କ ପାଇଁ ଏଷ୍ଟରଙ୍କ ଭୋଜ ବୋଲି ମହାଭୋଜ ପ୍ରସ୍ତୁତ କଲେ ଓ ସବୁ ପ୍ରଦେଶର କର-ମୋଚନ କଲେ ଓ ରାଜାଙ୍କ ଉଦାରତାନୁସାରେ ଦାନ କଲେ।

19କନ୍ୟାମାନେ ଦ୍ୱିତୀୟ ଥର ସଂଗୃହୀତା ହେବା ସମୟରେ, ମର୍ଦ୍ଦଖୟ ରାଜଦ୍ୱାରରେ ବସିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.