16ରାଜାଙ୍କ ରାଜତ୍ଵର ସପ୍ତମ ବର୍ଷର ଦଶମ ମାସରେ, ଅର୍ଥାତ୍, ଟେବେତ୍ ମାସରେ, ଏଷ୍ଟର ରାଜଗୃହକୁ ଅକ୍ଷଶ୍ୱେରଶ ରାଜା ନିକଟକୁ ନିଆଗଲା।
17ତହିଁରେ ରାଜା ଅନ୍ୟ ସକଳ ସ୍ତ୍ରୀଠାରୁ ଏଷ୍ଟରଙ୍କୁ ଅଧିକ ପ୍ରେମ କଲେ, ପୁଣି ଅନ୍ୟ ସକଳ ଯୁବତୀଠାରୁ ସେ ରାଜାଙ୍କ ଦୃଷ୍ଟିରେ ଅଧିକ ଅନୁଗ୍ରହ ଓ ଦୟା ପାଇଲା; ଏଣୁ ସେ ତାହାର ମସ୍ତକରେ ରାଜମୁକୁଟ ଦେଇ ବଷ୍ଟୀ ବଦଳେ ତାକୁ ରାଣୀ କଲେ।
18ଏଥିଉତ୍ତାରେ ରାଜା ଆପଣା ସମସ୍ତ ଅଧିପତି ଓ ଦାସମାନଙ୍କ ପାଇଁ ଏଷ୍ଟରଙ୍କ ଭୋଜ ବୋଲି ମହାଭୋଜ ପ୍ରସ୍ତୁତ କଲେ ଓ ସବୁ ପ୍ରଦେଶର କର-ମୋଚନ କଲେ ଓ ରାଜାଙ୍କ ଉଦାରତାନୁସାରେ ଦାନ କଲେ।
19କନ୍ୟାମାନେ ଦ୍ୱିତୀୟ ଥର ସଂଗୃହୀତା ହେବା ସମୟରେ, ମର୍ଦ୍ଦଖୟ ରାଜଦ୍ୱାରରେ ବସିଲେ।
20ଏଷ୍ଟର ମର୍ଦ୍ଦଖୟର ଆଜ୍ଞାନୁସାରେ ଆପଣା ବଂଶ ଓ କୁଟୁମ୍ବର ପରିଚୟ କାହାକୁ ହିଁ ଦେଲା ନାହିଁ; କାରଣ ଏଷ୍ଟର ମର୍ଦ୍ଦଖୟ ନିକଟରେ ପ୍ରତିପାଳିତା ହେବା ସମୟରେ ଯେପରି କରୁଥିଲେ, ସେତେବେଳେ ମଧ୍ୟ ସେପରି ତାହାର ଆଜ୍ଞା ପାଳନ କଲେ।