ଏଷ୍ଟର 2

କନ୍ୟାମାନେ ଦ୍ୱିତୀୟ ଥର ସଂଗୃହୀତା ହେବା ସମୟରେ, ମର୍ଦ୍ଦଖୟ ରାଜଦ୍ୱାରରେ ବସିଲେ।

Esther 2:19 (UKJV) And when the virgins were gathered together the second time, then Mordecai sat in the king's gate.

17ତହିଁରେ ରାଜା ଅନ୍ୟ ସକଳ ସ୍ତ୍ରୀଠାରୁ ଏଷ୍ଟରଙ୍କୁ ଅଧିକ ପ୍ରେମ କଲେ, ପୁଣି ଅନ୍ୟ ସକଳ ଯୁବତୀଠାରୁ ସେ ରାଜାଙ୍କ ଦୃଷ୍ଟିରେ ଅଧିକ ଅନୁଗ୍ରହ ଓ ଦୟା ପାଇଲା; ଏଣୁ ସେ ତାହାର ମସ୍ତକରେ ରାଜମୁକୁଟ ଦେଇ ବଷ୍ଟୀ ବଦଳେ ତାକୁ ରାଣୀ କଲେ।

18ଏଥିଉତ୍ତାରେ ରାଜା ଆପଣା ସମସ୍ତ ଅଧିପତି ଓ ଦାସମାନଙ୍କ ପାଇଁ ଏଷ୍ଟରଙ୍କ ଭୋଜ ବୋଲି ମହାଭୋଜ ପ୍ରସ୍ତୁତ କଲେ ଓ ସବୁ ପ୍ରଦେଶର କର-ମୋଚନ କଲେ ଓ ରାଜାଙ୍କ ଉଦାରତାନୁସାରେ ଦାନ କଲେ।

19କନ୍ୟାମାନେ ଦ୍ୱିତୀୟ ଥର ସଂଗୃହୀତା ହେବା ସମୟରେ, ମର୍ଦ୍ଦଖୟ ରାଜଦ୍ୱାରରେ ବସିଲେ।

20ଏଷ୍ଟର ମର୍ଦ୍ଦଖୟର ଆଜ୍ଞାନୁସାରେ ଆପଣା ବଂଶ ଓ କୁଟୁମ୍ବର ପରିଚୟ କାହାକୁ ହିଁ ଦେଲା ନାହିଁ; କାରଣ ଏଷ୍ଟର ମର୍ଦ୍ଦଖୟ ନିକଟରେ ପ୍ରତିପାଳିତା ହେବା ସମୟରେ ଯେପରି କରୁଥିଲେ, ସେତେବେଳେ ମଧ୍ୟ ସେପରି ତାହାର ଆଜ୍ଞା ପାଳନ କଲେ।

21ସେହି ସମୟରେ ମର୍ଦ୍ଦଖୟ ରାଜଦ୍ୱାରରେ ବସିବା ବେଳେ, ଦ୍ୱାରପାଳମାନଙ୍କ ମଧ୍ୟରେ ବିଗ୍‍ଥନ୍‍ ଓ ତେରଶ୍‍ ନାମରେ ରାଜଗୃହର ଦୁଇ ନପୁଂସକ କ୍ରୁଦ୍ଧ ହୋଇ ଅକ୍ଷଶ୍ୱେରଶ ରାଜାକୁ ବଧ କରିବାକୁ ଚେଷ୍ଟା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.