18ଏଥିଉତ୍ତାରେ ରାଜା ଆପଣା ସମସ୍ତ ଅଧିପତି ଓ ଦାସମାନଙ୍କ ପାଇଁ ଏଷ୍ଟରଙ୍କ ଭୋଜ ବୋଲି ମହାଭୋଜ ପ୍ରସ୍ତୁତ କଲେ ଓ ସବୁ ପ୍ରଦେଶର କର-ମୋଚନ କଲେ ଓ ରାଜାଙ୍କ ଉଦାରତାନୁସାରେ ଦାନ କଲେ।
19କନ୍ୟାମାନେ ଦ୍ୱିତୀୟ ଥର ସଂଗୃହୀତା ହେବା ସମୟରେ, ମର୍ଦ୍ଦଖୟ ରାଜଦ୍ୱାରରେ ବସିଲେ।
20ଏଷ୍ଟର ମର୍ଦ୍ଦଖୟର ଆଜ୍ଞାନୁସାରେ ଆପଣା ବଂଶ ଓ କୁଟୁମ୍ବର ପରିଚୟ କାହାକୁ ହିଁ ଦେଲା ନାହିଁ; କାରଣ ଏଷ୍ଟର ମର୍ଦ୍ଦଖୟ ନିକଟରେ ପ୍ରତିପାଳିତା ହେବା ସମୟରେ ଯେପରି କରୁଥିଲେ, ସେତେବେଳେ ମଧ୍ୟ ସେପରି ତାହାର ଆଜ୍ଞା ପାଳନ କଲେ।
21ସେହି ସମୟରେ ମର୍ଦ୍ଦଖୟ ରାଜଦ୍ୱାରରେ ବସିବା ବେଳେ, ଦ୍ୱାରପାଳମାନଙ୍କ ମଧ୍ୟରେ ବିଗ୍ଥନ୍ ଓ ତେରଶ୍ ନାମରେ ରାଜଗୃହର ଦୁଇ ନପୁଂସକ କ୍ରୁଦ୍ଧ ହୋଇ ଅକ୍ଷଶ୍ୱେରଶ ରାଜାକୁ ବଧ କରିବାକୁ ଚେଷ୍ଟା କଲେ।
22ମାତ୍ର ମର୍ଦ୍ଦଖୟ ଏହା ଜାଣି ଏଷ୍ଟର ରାଣୀଙ୍କୁ ଜଣାଇଲେ; ପୁଣି, ଏଷ୍ଟର ମର୍ଦ୍ଦଖୟ ନାମ ନେଇ ରାଜାଙ୍କୁ ତାହା ଜଣାଇଲେ।