ଏଷ୍ଟର 2

ସେହି ସମୟରେ ମର୍ଦ୍ଦଖୟ ରାଜଦ୍ୱାରରେ ବସିବା ବେଳେ, ଦ୍ୱାରପାଳମାନଙ୍କ ମଧ୍ୟରେ ବିଗ୍‍ଥନ୍‍ ଓ ତେରଶ୍‍ ନାମରେ ରାଜଗୃହର ଦୁଇ ନପୁଂସକ କ୍ରୁଦ୍ଧ ହୋଇ ଅକ୍ଷଶ୍ୱେରଶ ରାଜାକୁ ବଧ କରିବାକୁ ଚେଷ୍ଟା କଲେ।

Esther 2:21 (UKJV) In those days, while Mordecai sat in the king's gate, two of the king's chamberlains, Bigthan and Teresh, of those which kept the door, were angry, and sought to lay hands on the king Ahasuerus.

19କନ୍ୟାମାନେ ଦ୍ୱିତୀୟ ଥର ସଂଗୃହୀତା ହେବା ସମୟରେ, ମର୍ଦ୍ଦଖୟ ରାଜଦ୍ୱାରରେ ବସିଲେ।

20ଏଷ୍ଟର ମର୍ଦ୍ଦଖୟର ଆଜ୍ଞାନୁସାରେ ଆପଣା ବଂଶ ଓ କୁଟୁମ୍ବର ପରିଚୟ କାହାକୁ ହିଁ ଦେଲା ନାହିଁ; କାରଣ ଏଷ୍ଟର ମର୍ଦ୍ଦଖୟ ନିକଟରେ ପ୍ରତିପାଳିତା ହେବା ସମୟରେ ଯେପରି କରୁଥିଲେ, ସେତେବେଳେ ମଧ୍ୟ ସେପରି ତାହାର ଆଜ୍ଞା ପାଳନ କଲେ।

21ସେହି ସମୟରେ ମର୍ଦ୍ଦଖୟ ରାଜଦ୍ୱାରରେ ବସିବା ବେଳେ, ଦ୍ୱାରପାଳମାନଙ୍କ ମଧ୍ୟରେ ବିଗ୍‍ଥନ୍‍ ଓ ତେରଶ୍‍ ନାମରେ ରାଜଗୃହର ଦୁଇ ନପୁଂସକ କ୍ରୁଦ୍ଧ ହୋଇ ଅକ୍ଷଶ୍ୱେରଶ ରାଜାକୁ ବଧ କରିବାକୁ ଚେଷ୍ଟା କଲେ।

22ମାତ୍ର ମର୍ଦ୍ଦଖୟ ଏହା ଜାଣି ଏଷ୍ଟର ରାଣୀଙ୍କୁ ଜଣାଇଲେ; ପୁଣି, ଏଷ୍ଟର ମର୍ଦ୍ଦଖୟ ନାମ ନେଇ ରାଜାଙ୍କୁ ତାହା ଜଣାଇଲେ।

23ତହିଁରେ ଅନୁସନ୍ଧାନ ଦ୍ୱାରା ସେହି କଥା ପ୍ରମାଣ ହୁଅନ୍ତେ, ସେହି ଦୁଇ ଜଣ ବୃକ୍ଷରେ ଫାଶୀ ପାଇଲେ, ଆଉ ସେହି କଥା ରାଜାଙ୍କ ସାକ୍ଷାତରେ ଇତିହାସ ପୁସ୍ତକରେ ଲେଖାଗଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.