ଏଷ୍ଟର 2

ତହିଁ ଉତ୍ତାରେ ଯେଉଁ କନ୍ୟା ମହାରାଜାଙ୍କର ତୁଷ୍ଟିକାରିଣୀ ହେବ, ସେ ବଷ୍ଟୀ ବଦଳେ ରାଣୀ ହେବ;” ଏହି କଥାରେ ରାଜାଙ୍କ ସନ୍ତୋଷ ହୁଅନ୍ତେ, ସେ ସେପରି କଲେ।

Esther 2:4 (UKJV) And let the maiden which pleases the king be queen instead of Vashti. And the thing pleased the king; and he did so.

2ତେଣୁ ରାଜାଙ୍କ ସେବାକାରୀ ଭୃତ୍ୟମାନେ ତାହାଙ୍କୁ କହିଲେ, “ମହାରାଜାଙ୍କ ପାଇଁ ସୁନ୍ଦରୀ ଯୁବତୀ କନ୍ୟାଗଣର ଅନ୍ଵେଷଣ କରାଯାଉ।

3ଆଉ, ମହାରାଜା ଆପଣା ରାଜ୍ୟର ସମସ୍ତ ପ୍ରଦେଶରେ କର୍ମଚାରୀଗଣ ନିଯୁକ୍ତ କରନ୍ତୁ; ସେମାନେ ସେହି ସବୁ ସୁନ୍ଦରୀ ଯୁବତୀ କନ୍ୟାଗଣକୁ ଶୂଶନ୍‍ ରାଜଧାନୀରେ ଏକତ୍ର କରି ଅନ୍ତଃପୁରରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟର ହସ୍ତରେ ସମର୍ପଣ କରନ୍ତୁ; ପୁଣି, ସେମାନଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେମାନଙ୍କୁ ଦତ୍ତ ହେଉ,

4ତହିଁ ଉତ୍ତାରେ ଯେଉଁ କନ୍ୟା ମହାରାଜାଙ୍କର ତୁଷ୍ଟିକାରିଣୀ ହେବ, ସେ ବଷ୍ଟୀ ବଦଳେ ରାଣୀ ହେବ;” ଏହି କଥାରେ ରାଜାଙ୍କ ସନ୍ତୋଷ ହୁଅନ୍ତେ, ସେ ସେପରି କଲେ।

5ସେହି ସମୟରେ ମର୍ଦ୍ଦଖୟ ନାମେ ଜଣେ ଯିହୁଦୀୟ ଲୋକ ଶୂଶନ୍‍ ରାଜଧାନୀରେ ଥିଲେ, ସେ ବିନ୍ୟାମୀନ ବଂଶୀୟ ଯାୟୀରର ପୁତ୍ର, ଶିମୀୟିର ପୌତ୍ର, କୀଶ୍‍ର ପ୍ରପୌତ୍ର।

6ଯେଉଁ ଲୋକମାନେ ଯିହୁଦାର ରାଜା ଯିକନୀୟ ସହିତ ବାବିଲର ରାଜା ନବୂଖଦ୍‍ନିତ୍ସର ଦ୍ୱାରା ନିର୍ବାସିତ ହୋଇଥିଲେ, ସେମାନଙ୍କ ସହିତ (କୀଶ୍‍) ଯିରୂଶାଲମଠାରୁ ନିର୍ବାସିତ ହୋଇଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.