ଏଷ୍ଟର 2

ଏଥିରେ ଏହି ଯୁବତୀ ହେଗୟର ତୁଷ୍ଟିଜନକ ହୋଇ ତାହାଠାରୁ ଅନୁଗ୍ରହ ପାଇଲା; ଏଣୁ ସେ ଶୀଘ୍ର ଅଙ୍ଗରାଗାର୍ଥକ ଦ୍ରବ୍ୟାଦିର ଯେ ଯେ ଅଂଶ ତାହାଙ୍କୁ ଦେବାର ହୁଅଇ, ତାହା ଓ ରାଜଗୃହରୁ ମନୋନୀତା ସାତ ଦାସୀ ତାହାଙ୍କୁ ଦେଲା; ଆଉ, ସେ ତାହାଙ୍କୁ ତାହାର ଦାସୀଗଣ ସହିତ ଅନ୍ତଃପୁରର ସର୍ବୋତ୍ତମ ସ୍ଥାନରେ ବାସ କରାଇଲା।

Esther 2:9 (UKJV) And the maiden pleased him, and she obtained kindness of him; and he speedily gave her her things for purification, with such things as belonged to her, and seven maidens, which were meet to be given her, out of the king's house: and he preferred her and her maids unto the best place of the house of the women.

7ମର୍ଦ୍ଦଖୟ ଆପଣା ପିତୃବ୍ୟର କନ୍ୟା ହଦସାକୁ, ଅର୍ଥାତ୍‍, ଏଷ୍ଟରଙ୍କୁ ପ୍ରତିପାଳନ କଲେ; କାରଣ ତାହାର ପିତା କି ମାତା ନ ଥିଲେ, ସେହି କନ୍ୟା ପରମସୁନ୍ଦରୀ ଓ ସୁବଦନା ଥିଲେ; ତାହାର ପିତାମାତା ମଲା ଉତ୍ତାରେ ମର୍ଦ୍ଦଖୟ ତାହାଙ୍କୁ ନିଜ କନ୍ୟା ରୂପେ ଗ୍ରହଣ କରିଥିଲେ।

8ଏଉତ୍ତାରୁ ରାଜାଙ୍କ ସେହି ବାକ୍ୟ ଓ ଆଜ୍ଞା ପ୍ରଚାରିତ ହୁଅନ୍ତେ, ଶୂଶନ୍‍ ରାଜଧାନୀରେ ହେଗୟ ନିକଟରେ ଅନେକ କନ୍ୟା ସଂଗୃହୀତ ହେବା ବେଳେ ଏଷ୍ଟର ହିଁ ରାଜପୁରୀକୁ ସ୍ତ୍ରୀରକ୍ଷକ ହେଗୟ ନିକଟକୁ ନିଆଗଲା।

9ଏଥିରେ ଏହି ଯୁବତୀ ହେଗୟର ତୁଷ୍ଟିଜନକ ହୋଇ ତାହାଠାରୁ ଅନୁଗ୍ରହ ପାଇଲା; ଏଣୁ ସେ ଶୀଘ୍ର ଅଙ୍ଗରାଗାର୍ଥକ ଦ୍ରବ୍ୟାଦିର ଯେ ଯେ ଅଂଶ ତାହାଙ୍କୁ ଦେବାର ହୁଅଇ, ତାହା ଓ ରାଜଗୃହରୁ ମନୋନୀତା ସାତ ଦାସୀ ତାହାଙ୍କୁ ଦେଲା; ଆଉ, ସେ ତାହାଙ୍କୁ ତାହାର ଦାସୀଗଣ ସହିତ ଅନ୍ତଃପୁରର ସର୍ବୋତ୍ତମ ସ୍ଥାନରେ ବାସ କରାଇଲା।

10ମାତ୍ର ଏଷ୍ଟର ଆପଣା ବଂଶ କି କୁଟୁମ୍ବର ପରିଚୟ କାହାକୁ ଦେଲେ ନାହିଁ, କାରଣ ମର୍ଦ୍ଦଖୟ ତାହା ନ ଜଣାଇବାକୁ ତାହାଙ୍କୁ ଆଜ୍ଞା କରିଥିଲେ।

11ଏଥିଉତ୍ତାରେ ଏଷ୍ଟର କିପରି ଅଛି ଓ ତାହା ପ୍ରତି କʼଣ କରାଯିବ, ଏହା ଜାଣିବା ପାଇଁ ମର୍ଦ୍ଦଖୟ ପ୍ରତିଦିନ ଅନ୍ତଃପୁରର ପ୍ରାଙ୍ଗଣ ସମ୍ମୁଖରେ ଯାତାୟାତ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.