ଏଷ୍ଟର 3

ଏହି ସକଳ ଘଟଣା ଉତ୍ତାରେ ଅକ୍ଷଶ୍ୱେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍କୁ ଉନ୍ନତ କରି ଉଚ୍ଚପଦାନ୍ୱିତ କଲେ, ଆଉ ତାହାଙ୍କ ସଙ୍ଗୀ ସମସ୍ତ ଅଧିପତିର ଆସନ ଅପେକ୍ଷା ତାହାଙ୍କୁ ଶ୍ରେଷ୍ଠ ଆସନ ଦେଲେ।

Esther 3:1 (UKJV) After these things did king Ahasuerus promote Haman the son of Hammedatha the Agagite, and advanced him, and set his seat above all the princes that were with him.

1ଏହି ସକଳ ଘଟଣା ଉତ୍ତାରେ ଅକ୍ଷଶ୍ୱେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍କୁ ଉନ୍ନତ କରି ଉଚ୍ଚପଦାନ୍ୱିତ କଲେ, ଆଉ ତାହାଙ୍କ ସଙ୍ଗୀ ସମସ୍ତ ଅଧିପତିର ଆସନ ଅପେକ୍ଷା ତାହାଙ୍କୁ ଶ୍ରେଷ୍ଠ ଆସନ ଦେଲେ।

2ତହିଁରେ ରାଜାଙ୍କ ଯେତେ ଦାସ ରାଜଦ୍ୱାରରେ ଥିଲେ, ସେସମସ୍ତେ ନତ ହୋଇ ହାମନ୍‍କୁ ପ୍ରଣାମ କଲେ; କାରଣ ରାଜା ତାହା ବିଷୟରେ ସେରୂପ ଆଜ୍ଞା ଦେଇଥିଲେ; ମାତ୍ର ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ।

3ଏଣୁ ରାଜଦ୍ୱାରବର୍ତ୍ତୀ ରାଜାଙ୍କ ଦାସଗଣ ମର୍ଦ୍ଦଖୟଙ୍କୁ କହିଲେ, “ତୁମ୍ଭେ କାହିଁକି ରାଜାଜ୍ଞା ଲଙ୍ଘନ କରୁଅଛ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.