ଏଷ୍ଟର 3

ଏଥିରେ ରାଜା ଆପଣା ହସ୍ତରୁ ସନ୍ତକ-ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍କୁ ଦେଲେ।

Esther 3:10 (UKJV) And the king took his ring from his hand, and gave it unto Haman the son of Hammedatha the Agagite, the Jews' enemy.

8ଏଥିଉତ୍ତାରେ ହାମନ୍‍ ଅକ୍ଷଶ୍ୱେରଶ ରାଜାଙ୍କୁ କହିଲେ, “ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକୀକୃତ ଏକ ଦେଶୀୟ ଲୋକ ଅଛନ୍ତି; ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ, ମଧ୍ୟ ସେମାନେ ମହାରାଜାଙ୍କ ବ୍ୟବସ୍ଥା ମାନନ୍ତି ନାହିଁ; ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜାଙ୍କର ଉଚିତ ନୁହେଁ।

9ମହାରାଜା ସନ୍ତୁଷ୍ଟ ହେଲେ ସେମାନଙ୍କୁ ବିନାଶ କରିବା ପାଇଁ ପତ୍ର ଲେଖାଯାଉ, ତହିଁରେ ମୁଁ ରାଜକାର୍ଯ୍ୟରେ ନିଯୁକ୍ତ ଲୋକଙ୍କ ହସ୍ତରେ ରାଜଭଣ୍ଡାରକୁ ଆଣିବା ପାଇଁ ଦଶ ହଜାର ତାଳନ୍ତ ରୂପା ଦେବି।”

10ଏଥିରେ ରାଜା ଆପଣା ହସ୍ତରୁ ସନ୍ତକ-ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍କୁ ଦେଲେ।

11“ପୁଣି, ରାଜା ହାମନ୍‍କୁ କହିଲେ, ସେହି ରୂପା ଓ ସେହି ଦେଶୀୟ ଲୋକ ତୁମ୍ଭକୁ ଦିଆଗଲା, ସେମାନଙ୍କ ପ୍ରତି ଯାହା ତୁମ୍ଭର ଇଚ୍ଛା, ତାହା କର।”

12ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ହାମନ୍‍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତାଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲେ, ତାହା ଅକ୍ଷଶ୍ୱେରଶ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.