ଏଷ୍ଟର 3

“ପୁଣି, ରାଜା ହାମନ୍‍କୁ କହିଲେ, ସେହି ରୂପା ଓ ସେହି ଦେଶୀୟ ଲୋକ ତୁମ୍ଭକୁ ଦିଆଗଲା, ସେମାନଙ୍କ ପ୍ରତି ଯାହା ତୁମ୍ଭର ଇଚ୍ଛା, ତାହା କର।”

Esther 3:11 (UKJV) And the king said unto Haman, The silver is given to you, the people also, to do with them as it seems good to you.

9ମହାରାଜା ସନ୍ତୁଷ୍ଟ ହେଲେ ସେମାନଙ୍କୁ ବିନାଶ କରିବା ପାଇଁ ପତ୍ର ଲେଖାଯାଉ, ତହିଁରେ ମୁଁ ରାଜକାର୍ଯ୍ୟରେ ନିଯୁକ୍ତ ଲୋକଙ୍କ ହସ୍ତରେ ରାଜଭଣ୍ଡାରକୁ ଆଣିବା ପାଇଁ ଦଶ ହଜାର ତାଳନ୍ତ ରୂପା ଦେବି।”

10ଏଥିରେ ରାଜା ଆପଣା ହସ୍ତରୁ ସନ୍ତକ-ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍କୁ ଦେଲେ।

11“ପୁଣି, ରାଜା ହାମନ୍‍କୁ କହିଲେ, ସେହି ରୂପା ଓ ସେହି ଦେଶୀୟ ଲୋକ ତୁମ୍ଭକୁ ଦିଆଗଲା, ସେମାନଙ୍କ ପ୍ରତି ଯାହା ତୁମ୍ଭର ଇଚ୍ଛା, ତାହା କର।”

12ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ହାମନ୍‍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତାଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲେ, ତାହା ଅକ୍ଷଶ୍ୱେରଶ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା।

13ପୁଣି, ଏକ ଦିନରେ, ଅର୍ଥାତ୍‍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ ଯୁବା, ବୃଦ୍ଧ, ଶିଶୁ ଓ ସ୍ତ୍ରୀମାନଙ୍କ ସହିତ ସବୁ ଯିହୁଦୀୟମାନଙ୍କୁ ସଂହାର, ବଧ ଓ ବିନାଶ କରିବାକୁ ଓ ସେମାନଙ୍କ ସମ୍ପତ୍ତି ଲୁଟିବାକୁ ସେହି ପତ୍ର ଧାବକଗଣଙ୍କ ଦ୍ୱାରା ରାଜାଙ୍କ ସବୁ ପ୍ରଦେଶକୁ ପ୍ରେରିତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.