10ଏଥିରେ ରାଜା ଆପଣା ହସ୍ତରୁ ସନ୍ତକ-ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍କୁ ଦେଲେ।
11“ପୁଣି, ରାଜା ହାମନ୍କୁ କହିଲେ, ସେହି ରୂପା ଓ ସେହି ଦେଶୀୟ ଲୋକ ତୁମ୍ଭକୁ ଦିଆଗଲା, ସେମାନଙ୍କ ପ୍ରତି ଯାହା ତୁମ୍ଭର ଇଚ୍ଛା, ତାହା କର।”
12ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ହାମନ୍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତାଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲେ, ତାହା ଅକ୍ଷଶ୍ୱେରଶ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା।
13ପୁଣି, ଏକ ଦିନରେ, ଅର୍ଥାତ୍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ ଯୁବା, ବୃଦ୍ଧ, ଶିଶୁ ଓ ସ୍ତ୍ରୀମାନଙ୍କ ସହିତ ସବୁ ଯିହୁଦୀୟମାନଙ୍କୁ ସଂହାର, ବଧ ଓ ବିନାଶ କରିବାକୁ ଓ ସେମାନଙ୍କ ସମ୍ପତ୍ତି ଲୁଟିବାକୁ ସେହି ପତ୍ର ଧାବକଗଣଙ୍କ ଦ୍ୱାରା ରାଜାଙ୍କ ସବୁ ପ୍ରଦେଶକୁ ପ୍ରେରିତ ହେଲେ।
14ପୁଣି, ସେହି ଦିନ ନିମନ୍ତେ ସମସ୍ତ ଲୋକ ଯେପରି ପ୍ରସ୍ତୁତ ହୁଅନ୍ତି, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଆଜ୍ଞା ପ୍ରଚାର କରିବାକୁ ଓ ଯାବତୀୟ ଲୋକଙ୍କୁ ଗୋଚର କରାଇବାକୁ ସେହି ଲିଖନର ପ୍ରତିଲିପି ଦିଆଗଲା।