ଏଷ୍ଟର 3

ପୁଣି, ସେହି ଦିନ ନିମନ୍ତେ ସମସ୍ତ ଲୋକ ଯେପରି ପ୍ରସ୍ତୁତ ହୁଅନ୍ତି, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଆଜ୍ଞା ପ୍ରଚାର କରିବାକୁ ଓ ଯାବତୀୟ ଲୋକଙ୍କୁ ଗୋଚର କରାଇବାକୁ ସେହି ଲିଖନର ପ୍ରତିଲିପି ଦିଆଗଲା।

Esther 3:14 (UKJV) The copy of the writing for a commandment to be given in every province was published unto all people, that they should be ready against that day.

12ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ହାମନ୍‍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତାଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲେ, ତାହା ଅକ୍ଷଶ୍ୱେରଶ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା।

13ପୁଣି, ଏକ ଦିନରେ, ଅର୍ଥାତ୍‍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ ଯୁବା, ବୃଦ୍ଧ, ଶିଶୁ ଓ ସ୍ତ୍ରୀମାନଙ୍କ ସହିତ ସବୁ ଯିହୁଦୀୟମାନଙ୍କୁ ସଂହାର, ବଧ ଓ ବିନାଶ କରିବାକୁ ଓ ସେମାନଙ୍କ ସମ୍ପତ୍ତି ଲୁଟିବାକୁ ସେହି ପତ୍ର ଧାବକଗଣଙ୍କ ଦ୍ୱାରା ରାଜାଙ୍କ ସବୁ ପ୍ରଦେଶକୁ ପ୍ରେରିତ ହେଲେ।

14ପୁଣି, ସେହି ଦିନ ନିମନ୍ତେ ସମସ୍ତ ଲୋକ ଯେପରି ପ୍ରସ୍ତୁତ ହୁଅନ୍ତି, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଆଜ୍ଞା ପ୍ରଚାର କରିବାକୁ ଓ ଯାବତୀୟ ଲୋକଙ୍କୁ ଗୋଚର କରାଇବାକୁ ସେହି ଲିଖନର ପ୍ରତିଲିପି ଦିଆଗଲା।

15ଆଉ, ଧାବକଗଣ ରାଜାଜ୍ଞା ପାଇ ଶୀଘ୍ର ବାହାରିଗଲେ, ପୁଣି ସେହି ଆଜ୍ଞା ଶୂଶନ୍‍ ରାଜଧାନୀରେ ପ୍ରକାଶିତ ହେଲା, ତହୁଁ ରାଜା ଓ ହାମନ୍‍ ପାନ କରିବାକୁ ବସିଲେ, ମାତ୍ର ଶୂଶନ୍‍ ନଗର ଉଦ୍‍ବିଗ୍ନ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.