2ତହିଁରେ ରାଜାଙ୍କ ଯେତେ ଦାସ ରାଜଦ୍ୱାରରେ ଥିଲେ, ସେସମସ୍ତେ ନତ ହୋଇ ହାମନ୍କୁ ପ୍ରଣାମ କଲେ; କାରଣ ରାଜା ତାହା ବିଷୟରେ ସେରୂପ ଆଜ୍ଞା ଦେଇଥିଲେ; ମାତ୍ର ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ।
3ଏଣୁ ରାଜଦ୍ୱାରବର୍ତ୍ତୀ ରାଜାଙ୍କ ଦାସଗଣ ମର୍ଦ୍ଦଖୟଙ୍କୁ କହିଲେ, “ତୁମ୍ଭେ କାହିଁକି ରାଜାଜ୍ଞା ଲଙ୍ଘନ କରୁଅଛ?”
4ଏହିରୂପେ ସେମାନେ ପ୍ରତିଦିନ ତାହାଙ୍କୁ କହିଲେ, ତଥାପି ସେ ସେମାନଙ୍କର କଥା ମାନିଲେ ନାହିଁ; ଏଣୁ ଏହି ମର୍ଦ୍ଦଖୟର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛାରେ ସେମାନେ ହାମନ୍କୁ ତାହା ଜଣାଇଲେ; କାରଣ ମର୍ଦ୍ଦଖୟ ଯେ ଯିହୁଦୀୟ ଲୋକ, ଏହା ସେ ସେମାନଙ୍କୁ କହିଥିଲେ।
5ଯେତେବେଳେ ହାମନ୍ ଦେଖିଲେ ଯେ, ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ, ସେତେବେଳେ ସେ କ୍ରୋଧରେ ପରିପୂର୍ଣ୍ଣ ହେଲେ।
6ମାତ୍ର ସେ କେବଳ ମର୍ଦ୍ଦଖୟ ଉପରେ ହସ୍ତକ୍ଷେପ କରିବାକୁ ଲଘୁ ଜ୍ଞାନ କଲେ; କାରଣ ସେମାନେ ତାହାଙ୍କୁ ମର୍ଦ୍ଦଖୟର ବଂଶୀୟ ଲୋକଙ୍କ କଥା ଜଣାଇଥିଲେ, ତେଣୁ ହାମନ୍ ଅକ୍ଷଶ୍ୱେରଶର ସମୁଦାୟ ରାଜ୍ୟରେ ସମସ୍ତ ଯିହୁଦୀୟଙ୍କୁ, ଅର୍ଥାତ୍, ମର୍ଦ୍ଦଖୟର ଲୋକଙ୍କୁ ବିନାଶ କରିବାକୁ ଚେଷ୍ଟା କଲେ,