ଏଷ୍ଟର 3

ଆଉ, ସେହି ବିଷୟରେ ଅକ୍ଷଶ୍ୱେରଶ ରାଜାଙ୍କ ରାଜତ୍ଵର ଦ୍ୱାଦଶ ବର୍ଷର ନୀସନ୍‍ ନାମକ ପ୍ରଥମ ମାସରେ ହାମନ୍‍ର ସାକ୍ଷାତରେ ଅଦର ନାମକ ଦ୍ୱାଦଶ ମାସ ପର୍ଯ୍ୟନ୍ତ (କ୍ରମାଗତ) ସେମାନେ ପ୍ରତିଦିନ ଓ ପ୍ରତି ମାସ “ପୂର,” ଅର୍ଥାତ୍‍, ଗୁଲିବାଣ୍ଟ କଲେ।

Esther 3:7 (UKJV) In the first month, that is, the month Nisan, in the twelfth year of king Ahasuerus, they cast Pur, that is, the lot, before Haman from day to day, and from month to month, to the twelfth month, that is, the month Adar.

5ଯେତେବେଳେ ହାମନ୍‍ ଦେଖିଲେ ଯେ, ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ, ସେତେବେଳେ ସେ କ୍ରୋଧରେ ପରିପୂର୍ଣ୍ଣ ହେଲେ।

6ମାତ୍ର ସେ କେବଳ ମର୍ଦ୍ଦଖୟ ଉପରେ ହସ୍ତକ୍ଷେପ କରିବାକୁ ଲଘୁ ଜ୍ଞାନ କଲେ; କାରଣ ସେମାନେ ତାହାଙ୍କୁ ମର୍ଦ୍ଦଖୟର ବଂଶୀୟ ଲୋକଙ୍କ କଥା ଜଣାଇଥିଲେ, ତେଣୁ ହାମନ୍‍ ଅକ୍ଷଶ୍ୱେରଶର ସମୁଦାୟ ରାଜ୍ୟରେ ସମସ୍ତ ଯିହୁଦୀୟଙ୍କୁ, ଅର୍ଥାତ୍‍, ମର୍ଦ୍ଦଖୟର ଲୋକଙ୍କୁ ବିନାଶ କରିବାକୁ ଚେଷ୍ଟା କଲେ,

7ଆଉ, ସେହି ବିଷୟରେ ଅକ୍ଷଶ୍ୱେରଶ ରାଜାଙ୍କ ରାଜତ୍ଵର ଦ୍ୱାଦଶ ବର୍ଷର ନୀସନ୍‍ ନାମକ ପ୍ରଥମ ମାସରେ ହାମନ୍‍ର ସାକ୍ଷାତରେ ଅଦର ନାମକ ଦ୍ୱାଦଶ ମାସ ପର୍ଯ୍ୟନ୍ତ (କ୍ରମାଗତ) ସେମାନେ ପ୍ରତିଦିନ ଓ ପ୍ରତି ମାସ “ପୂର,” ଅର୍ଥାତ୍‍, ଗୁଲିବାଣ୍ଟ କଲେ।

8ଏଥିଉତ୍ତାରେ ହାମନ୍‍ ଅକ୍ଷଶ୍ୱେରଶ ରାଜାଙ୍କୁ କହିଲେ, “ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକୀକୃତ ଏକ ଦେଶୀୟ ଲୋକ ଅଛନ୍ତି; ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ, ମଧ୍ୟ ସେମାନେ ମହାରାଜାଙ୍କ ବ୍ୟବସ୍ଥା ମାନନ୍ତି ନାହିଁ; ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜାଙ୍କର ଉଚିତ ନୁହେଁ।

9ମହାରାଜା ସନ୍ତୁଷ୍ଟ ହେଲେ ସେମାନଙ୍କୁ ବିନାଶ କରିବା ପାଇଁ ପତ୍ର ଲେଖାଯାଉ, ତହିଁରେ ମୁଁ ରାଜକାର୍ଯ୍ୟରେ ନିଯୁକ୍ତ ଲୋକଙ୍କ ହସ୍ତରେ ରାଜଭଣ୍ଡାରକୁ ଆଣିବା ପାଇଁ ଦଶ ହଜାର ତାଳନ୍ତ ରୂପା ଦେବି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.