ଏଷ୍ଟର 3

ମହାରାଜା ସନ୍ତୁଷ୍ଟ ହେଲେ ସେମାନଙ୍କୁ ବିନାଶ କରିବା ପାଇଁ ପତ୍ର ଲେଖାଯାଉ, ତହିଁରେ ମୁଁ ରାଜକାର୍ଯ୍ୟରେ ନିଯୁକ୍ତ ଲୋକଙ୍କ ହସ୍ତରେ ରାଜଭଣ୍ଡାରକୁ ଆଣିବା ପାଇଁ ଦଶ ହଜାର ତାଳନ୍ତ ରୂପା ଦେବି।”

Esther 3:9 (UKJV) If it please the king, let it be written that they may be destroyed: and I will pay ten thousand talents of silver to the hands of those that have the charge of the business, to bring it into the king's treasuries.

7ଆଉ, ସେହି ବିଷୟରେ ଅକ୍ଷଶ୍ୱେରଶ ରାଜାଙ୍କ ରାଜତ୍ଵର ଦ୍ୱାଦଶ ବର୍ଷର ନୀସନ୍‍ ନାମକ ପ୍ରଥମ ମାସରେ ହାମନ୍‍ର ସାକ୍ଷାତରେ ଅଦର ନାମକ ଦ୍ୱାଦଶ ମାସ ପର୍ଯ୍ୟନ୍ତ (କ୍ରମାଗତ) ସେମାନେ ପ୍ରତିଦିନ ଓ ପ୍ରତି ମାସ “ପୂର,” ଅର୍ଥାତ୍‍, ଗୁଲିବାଣ୍ଟ କଲେ।

8ଏଥିଉତ୍ତାରେ ହାମନ୍‍ ଅକ୍ଷଶ୍ୱେରଶ ରାଜାଙ୍କୁ କହିଲେ, “ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକୀକୃତ ଏକ ଦେଶୀୟ ଲୋକ ଅଛନ୍ତି; ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ, ମଧ୍ୟ ସେମାନେ ମହାରାଜାଙ୍କ ବ୍ୟବସ୍ଥା ମାନନ୍ତି ନାହିଁ; ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜାଙ୍କର ଉଚିତ ନୁହେଁ।

9ମହାରାଜା ସନ୍ତୁଷ୍ଟ ହେଲେ ସେମାନଙ୍କୁ ବିନାଶ କରିବା ପାଇଁ ପତ୍ର ଲେଖାଯାଉ, ତହିଁରେ ମୁଁ ରାଜକାର୍ଯ୍ୟରେ ନିଯୁକ୍ତ ଲୋକଙ୍କ ହସ୍ତରେ ରାଜଭଣ୍ଡାରକୁ ଆଣିବା ପାଇଁ ଦଶ ହଜାର ତାଳନ୍ତ ରୂପା ଦେବି।”

10ଏଥିରେ ରାଜା ଆପଣା ହସ୍ତରୁ ସନ୍ତକ-ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍କୁ ଦେଲେ।

11“ପୁଣି, ରାଜା ହାମନ୍‍କୁ କହିଲେ, ସେହି ରୂପା ଓ ସେହି ଦେଶୀୟ ଲୋକ ତୁମ୍ଭକୁ ଦିଆଗଲା, ସେମାନଙ୍କ ପ୍ରତି ଯାହା ତୁମ୍ଭର ଇଚ୍ଛା, ତାହା କର।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.