10ଏଉତ୍ତାରୁ ଏଷ୍ଟର ହଥକ୍କୁ ଏହି କଥା କହି ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ଆଜ୍ଞା କଲେ, ଯଥା,
11“ବିନା ଡାକରାରେ ପୁରୁଷ କି ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ, ତାହାର ପ୍ରାଣଦଣ୍ଡ ହେବାର ଏକମାତ୍ର ଆଜ୍ଞା ଅଛି, କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ଡ ବଢ଼ାନ୍ତି, ସେହି ବଞ୍ଚେ, ଏହା ରାଜାଙ୍କର ସବୁ ଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି; ମାତ୍ର ଆଜକୁ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।”
12ସେମାନେ ଏଷ୍ଟରଙ୍କ ଏହି କଥା ମର୍ଦ୍ଦଖୟଙ୍କୁ କହିଲେ।
13ତେଣୁ ମର୍ଦ୍ଦଖୟ ଏଷ୍ଟରଙ୍କୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲେ, “ସବୁ ଯିହୁଦୀୟମାନଙ୍କ ମଧ୍ୟରୁ କେବଳ ତୁମ୍ଭେ ରାଜଗୃହରେ ଥିବାରୁ ଯେ ରକ୍ଷା ପାଇବ, ଏହା ମନରେ ଭାବ ନାହିଁ।
14ଯେବେ ତୁମ୍ଭେ ଏହି ସମୟରେ ସର୍ବତୋଭାବେ ନୀରବ ହୋଇ ରୁହ, ତେବେ ଅନ୍ୟ କୌଣସି ସ୍ଥାନରୁ ଯିହୁଦୀୟମାନଙ୍କର ଉପକାର ଓ ଉଦ୍ଧାର ଉତ୍ପନ୍ନ ହେବ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ବିନଷ୍ଟ ହେବ; କିଏ ଜାଣେ, ତୁମ୍ଭେ ଏପରି ସମୟ ନିମନ୍ତେ ରାଜ୍ୟ ପାଇଅଛ?”