12ସେମାନେ ଏଷ୍ଟରଙ୍କ ଏହି କଥା ମର୍ଦ୍ଦଖୟଙ୍କୁ କହିଲେ।
13ତେଣୁ ମର୍ଦ୍ଦଖୟ ଏଷ୍ଟରଙ୍କୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲେ, “ସବୁ ଯିହୁଦୀୟମାନଙ୍କ ମଧ୍ୟରୁ କେବଳ ତୁମ୍ଭେ ରାଜଗୃହରେ ଥିବାରୁ ଯେ ରକ୍ଷା ପାଇବ, ଏହା ମନରେ ଭାବ ନାହିଁ।
14ଯେବେ ତୁମ୍ଭେ ଏହି ସମୟରେ ସର୍ବତୋଭାବେ ନୀରବ ହୋଇ ରୁହ, ତେବେ ଅନ୍ୟ କୌଣସି ସ୍ଥାନରୁ ଯିହୁଦୀୟମାନଙ୍କର ଉପକାର ଓ ଉଦ୍ଧାର ଉତ୍ପନ୍ନ ହେବ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ବିନଷ୍ଟ ହେବ; କିଏ ଜାଣେ, ତୁମ୍ଭେ ଏପରି ସମୟ ନିମନ୍ତେ ରାଜ୍ୟ ପାଇଅଛ?”
15ଏଥିରେ ଏଷ୍ଟର ମର୍ଦ୍ଦଖୟଙ୍କୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲେ,
16“ତୁମ୍ଭେ ଯାଇ ଶୂଶନ୍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋʼ ନିମନ୍ତେ ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିଅବା ରାତ୍ରିରେ କିଛି ଭୋଜନ କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି।”