1ମର୍ଦ୍ଦଖୟ ଏହିସବୁ ବିଷୟ ଗୋଚର ହୁଅନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଅଖା ପିନ୍ଧି ଓ ଭସ୍ମ ଲେପନ କରି ନଗର ମଧ୍ୟକୁ ଯାଇ ଉଚ୍ଚ ଓ ବିଳାପ ସ୍ୱରରେ ରୋଦନ କଲେ।
2ପୁଣି, ସେ ରାଜଦ୍ୱାରର ସମ୍ମୁଖ ପର୍ଯ୍ୟନ୍ତ ଗଲେ, କାରଣ ଅଖା ପିନ୍ଧି କାହାକୁ ରାଜଦ୍ୱାରରେ ପ୍ରବେଶ କରିବାର ଅନୁମତି ନ ଥିଲା।
3ଆଉ, ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜାଜ୍ଞା ଓ ନିୟମପତ୍ର ପହଞ୍ଚିଲା, ସେହି ସକଳ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା, ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ।
4ଏଣୁ ଏଷ୍ଟରଙ୍କ ଦାସୀଗଣ ଓ ନପୁଂସକମାନେ ଆସି ଏହି କଥା ତାହାଙ୍କୁ ଜଣାଇଲେ; ତେଣୁ ରାଣୀ ଅତିଶୟ ଶୋକ କଲେ; ପୁଣି, ମର୍ଦ୍ଦଖୟଠାରୁ ଅଖା କାଢ଼ି ତାହାଙ୍କୁ ପିନ୍ଧାଇବା ପାଇଁ ବସ୍ତ୍ର ପଠାଇଲେ, ମାତ୍ର ସେ ତାହା ଗ୍ରହଣ କଲେ ନାହିଁ।