4ଏଣୁ ଏଷ୍ଟରଙ୍କ ଦାସୀଗଣ ଓ ନପୁଂସକମାନେ ଆସି ଏହି କଥା ତାହାଙ୍କୁ ଜଣାଇଲେ; ତେଣୁ ରାଣୀ ଅତିଶୟ ଶୋକ କଲେ; ପୁଣି, ମର୍ଦ୍ଦଖୟଠାରୁ ଅଖା କାଢ଼ି ତାହାଙ୍କୁ ପିନ୍ଧାଇବା ପାଇଁ ବସ୍ତ୍ର ପଠାଇଲେ, ମାତ୍ର ସେ ତାହା ଗ୍ରହଣ କଲେ ନାହିଁ।
5ଏଥିରେ ରାଜାଙ୍କ ଦ୍ୱାରା ଏଷ୍ଟରଙ୍କ ସେବାରେ ନିଯୁକ୍ତ ହଥକ୍ ନାମକ ରାଜନପୁଂସକକୁ ଏଷ୍ଟର ଡାକି, କʼଣ ହେଲା ଓ କାହିଁକି ତାହା ହେଲା, ଏହା ଜାଣିବା ନିମନ୍ତେ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାହାଙ୍କୁ ଆଜ୍ଞା ଦେଲେ।
6ତହିଁରେ ହଥକ୍ ରାଜଦ୍ୱାର ସମ୍ମୁଖସ୍ଥ ନଗରର ଛକବନ୍ଦି ସ୍ଥାନରେ ମର୍ଦ୍ଦଖୟ ନିକଟକୁ ଗଲେ।
7ପୁଣି, ମର୍ଦ୍ଦଖୟ ଆପଣା ପ୍ରତି ଯାହା ଯାହା ଘଟିଥିଲା ଓ ଯିହୁଦୀୟମାନଙ୍କୁ ବିନାଶ କରିବା ନିମନ୍ତେ ହାମନ୍ ରାଜଭଣ୍ଡାରରେ ଠିକ୍ ଯେତେ ମୁଦ୍ରା ଦେବାକୁ ପ୍ରତିଜ୍ଞା କରିଥିଲେ, ତାହା ତାହାଙ୍କୁ କହିଲେ।
8ଆହୁରି ମଧ୍ୟ, “ସେମାନଙ୍କ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନ୍ରେ ଦତ୍ତ ହୋଇଥିଲା, ତହିଁର ଏକ ପ୍ରତିଲିପି ଏଷ୍ଟରଙ୍କୁ ଦେଖାଇ ଜ୍ଞାତ କରାଇବାକୁ ଦେଲେ; ଆଉ, ଏଷ୍ଟର ଯେପରି ଆପଣା ଲୋକଙ୍କ ପାଇଁ ରାଜାଙ୍କ ଛାମୁରେ ପ୍ରବେଶ କରି ତାଙ୍କ ନିକଟରେ ନିବେଦନ ଓ ଅନୁରୋଧ କରିବେ,” ଏପରି ଆଦେଶ କରିବାକୁ କହିଲେ।