ଏଷ୍ଟର 4

ତହୁଁ ହଥକ୍‍ ଆସି ମର୍ଦ୍ଦଖୟର କଥା ଏଷ୍ଟରଙ୍କୁ ଜଣାଇଲେ।

Esther 4:9 (UKJV) And Hatach came and told Esther the words of Mordecai.

7ପୁଣି, ମର୍ଦ୍ଦଖୟ ଆପଣା ପ୍ରତି ଯାହା ଯାହା ଘଟିଥିଲା ଓ ଯିହୁଦୀୟମାନଙ୍କୁ ବିନାଶ କରିବା ନିମନ୍ତେ ହାମନ୍‍ ରାଜଭଣ୍ଡାରରେ ଠିକ୍ ଯେତେ ମୁଦ୍ରା ଦେବାକୁ ପ୍ରତିଜ୍ଞା କରିଥିଲେ, ତାହା ତାହାଙ୍କୁ କହିଲେ।

8ଆହୁରି ମଧ୍ୟ, “ସେମାନଙ୍କ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନ୍‍ରେ ଦତ୍ତ ହୋଇଥିଲା, ତହିଁର ଏକ ପ୍ରତିଲିପି ଏଷ୍ଟରଙ୍କୁ ଦେଖାଇ ଜ୍ଞାତ କରାଇବାକୁ ଦେଲେ; ଆଉ, ଏଷ୍ଟର ଯେପରି ଆପଣା ଲୋକଙ୍କ ପାଇଁ ରାଜାଙ୍କ ଛାମୁରେ ପ୍ରବେଶ କରି ତାଙ୍କ ନିକଟରେ ନିବେଦନ ଓ ଅନୁରୋଧ କରିବେ,” ଏପରି ଆଦେଶ କରିବାକୁ କହିଲେ।

9ତହୁଁ ହଥକ୍‍ ଆସି ମର୍ଦ୍ଦଖୟର କଥା ଏଷ୍ଟରଙ୍କୁ ଜଣାଇଲେ।

10ଏଉତ୍ତାରୁ ଏଷ୍ଟର ହଥକ୍‍କୁ ଏହି କଥା କହି ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ଆଜ୍ଞା କଲେ, ଯଥା,

11“ବିନା ଡାକରାରେ ପୁରୁଷ କି ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ, ତାହାର ପ୍ରାଣଦଣ୍ଡ ହେବାର ଏକମାତ୍ର ଆଜ୍ଞା ଅଛି, କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ଡ ବଢ଼ାନ୍ତି, ସେହି ବଞ୍ଚେ, ଏହା ରାଜାଙ୍କର ସବୁ ଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି; ମାତ୍ର ଆଜକୁ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.