9ତହିଁରେ ସେହି ଦିନ ହାମନ୍ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ବାହାରକୁ ଗଲା; ମାତ୍ର ହାମନ୍ ରାଜଦ୍ୱାରରେ ଆପଣା ସମ୍ମୁଖରେ ମର୍ଦ୍ଦଖୟଙ୍କୁ ଉଠି ଠିଆ ନ ହେବାର କିଅବା ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖୟ ବିରୁଦ୍ଧରେ କ୍ରୋଧରେ ପରିପୂର୍ଣ୍ଣ ହେଲେ।
10ତଥାପି ହାମନ୍ ଆପଣା କ୍ରୋଧ ସମ୍ଭାଳି ଗୃହକୁ ଗଲା, ପୁଣି ଆପଣା ମିତ୍ରଗଣକୁ ଓ ଆପଣା ଭାର୍ଯ୍ୟା ସେରଶ୍କୁ ଡକାଇ ଆଣିଲେ।
11ଆଉ, ହାମନ୍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିପରି ତାହାର ପଦ ବୃଦ୍ଧି କରିଅଛନ୍ତି ଓ କିପରି ତାହାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଅଛନ୍ତି, ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲେ।
12ହାମନ୍ ଆହୁରି କହିଲେ, “ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜକୁ ମୋʼ ବିନୁ ଆଉ କାହାକୁ ରାଜାଙ୍କ ସଙ୍ଗେ ଯିବାକୁ ଦେଇ ନାହାନ୍ତି; ପୁଣି, କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଅଛି।
13ମାତ୍ର ଯେପର୍ଯ୍ୟନ୍ତ ମୁଁ ଯିହୁଦୀୟ ମର୍ଦ୍ଦଖୟଙ୍କୁ ରାଜଦ୍ୱାରରେ ବସିବାର ଦେଖୁଥିବି, ସେପର୍ଯ୍ୟନ୍ତ ଏହିସବୁରେ ମୋହର କିଛି ଫଳ ନାହିଁ।”