10ତଥାପି ହାମନ୍ ଆପଣା କ୍ରୋଧ ସମ୍ଭାଳି ଗୃହକୁ ଗଲା, ପୁଣି ଆପଣା ମିତ୍ରଗଣକୁ ଓ ଆପଣା ଭାର୍ଯ୍ୟା ସେରଶ୍କୁ ଡକାଇ ଆଣିଲେ।
11ଆଉ, ହାମନ୍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିପରି ତାହାର ପଦ ବୃଦ୍ଧି କରିଅଛନ୍ତି ଓ କିପରି ତାହାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଅଛନ୍ତି, ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲେ।
12ହାମନ୍ ଆହୁରି କହିଲେ, “ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜକୁ ମୋʼ ବିନୁ ଆଉ କାହାକୁ ରାଜାଙ୍କ ସଙ୍ଗେ ଯିବାକୁ ଦେଇ ନାହାନ୍ତି; ପୁଣି, କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଅଛି।
13ମାତ୍ର ଯେପର୍ଯ୍ୟନ୍ତ ମୁଁ ଯିହୁଦୀୟ ମର୍ଦ୍ଦଖୟଙ୍କୁ ରାଜଦ୍ୱାରରେ ବସିବାର ଦେଖୁଥିବି, ସେପର୍ଯ୍ୟନ୍ତ ଏହିସବୁରେ ମୋହର କିଛି ଫଳ ନାହିଁ।”
14ତେଣୁ ତାହାର ଭାର୍ଯ୍ୟା ସେରଶ୍ ଓ ମିତ୍ର ସମସ୍ତେ ତାହାଙ୍କୁ କହିଲେ, “ପଚାଶ ହାତ ଉଚ୍ଚ ଏକ ଫାଶୀକାଠ ପ୍ରସ୍ତୁତ କରାଯାଉ; ପୁଣି, ମର୍ଦ୍ଦଖୟଙ୍କୁ ତହିଁରେ ଫାଶୀ ଦେବା ପାଇଁ କାଲି ପ୍ରାତଃକାଳେ ରାଜାଙ୍କୁ କୁହ, ତହିଁ ଉତ୍ତାରେ ହୃଷ୍ଟ ହୋଇ ରାଜାଙ୍କ ସହିତ ଭୋଜକୁ ଯାଅ।” ଏହି କଥାରେ ହାମନ୍ ସନ୍ତୁଷ୍ଟ ହୋଇ ସେହିରୂପ ଫାଶୀକାଠ ପ୍ରସ୍ତୁତ କରାଇଲେ।