ଏଷ୍ଟର 5

ମାତ୍ର ଯେପର୍ଯ୍ୟନ୍ତ ମୁଁ ଯିହୁଦୀୟ ମର୍ଦ୍ଦଖୟଙ୍କୁ ରାଜଦ୍ୱାରରେ ବସିବାର ଦେଖୁଥିବି, ସେପର୍ଯ୍ୟନ୍ତ ଏହିସବୁରେ ମୋହର କିଛି ଫଳ ନାହିଁ।”

Esther 5:13 (UKJV) Yet all this avails me nothing, so long as I see Mordecai the Jew sitting at the king's gate.

11ଆଉ, ହାମନ୍‍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିପରି ତାହାର ପଦ ବୃଦ୍ଧି କରିଅଛନ୍ତି ଓ କିପରି ତାହାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଅଛନ୍ତି, ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲେ।

12ହାମନ୍‍ ଆହୁରି କହିଲେ, “ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜକୁ ମୋʼ ବିନୁ ଆଉ କାହାକୁ ରାଜାଙ୍କ ସଙ୍ଗେ ଯିବାକୁ ଦେଇ ନାହାନ୍ତି; ପୁଣି, କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଅଛି।

13ମାତ୍ର ଯେପର୍ଯ୍ୟନ୍ତ ମୁଁ ଯିହୁଦୀୟ ମର୍ଦ୍ଦଖୟଙ୍କୁ ରାଜଦ୍ୱାରରେ ବସିବାର ଦେଖୁଥିବି, ସେପର୍ଯ୍ୟନ୍ତ ଏହିସବୁରେ ମୋହର କିଛି ଫଳ ନାହିଁ।”

14ତେଣୁ ତାହାର ଭାର୍ଯ୍ୟା ସେରଶ୍‍ ଓ ମିତ୍ର ସମସ୍ତେ ତାହାଙ୍କୁ କହିଲେ, “ପଚାଶ ହାତ ଉଚ୍ଚ ଏକ ଫାଶୀକାଠ ପ୍ରସ୍ତୁତ କରାଯାଉ; ପୁଣି, ମର୍ଦ୍ଦଖୟଙ୍କୁ ତହିଁରେ ଫାଶୀ ଦେବା ପାଇଁ କାଲି ପ୍ରାତଃକାଳେ ରାଜାଙ୍କୁ କୁହ, ତହିଁ ଉତ୍ତାରେ ହୃଷ୍ଟ ହୋଇ ରାଜାଙ୍କ ସହିତ ଭୋଜକୁ ଯାଅ।” ଏହି କଥାରେ ହାମନ୍‍ ସନ୍ତୁଷ୍ଟ ହୋଇ ସେହିରୂପ ଫାଶୀକାଠ ପ୍ରସ୍ତୁତ କରାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.