ଏଷ୍ଟର 5

ଏଥିରେ ରାଜା ଏଷ୍ଟର ରାଣୀଙ୍କୁ ପ୍ରାଙ୍ଗଣରେ ଠିଆ ହେବାର ଦେଖିଲେ, ପୁଣି ଏଷ୍ଟର ରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବାରୁ ରାଜା ଏଷ୍ଟର ପ୍ରତି ଆପଣା ହସ୍ତସ୍ଥିତ ସୁବର୍ଣ୍ଣ ଦଣ୍ଡ ବଢ଼ାଇଲେ; ତେଣୁ ଏଷ୍ଟର ନିକଟକୁ ଆସି ରାଜଦଣ୍ଡର ଅଗ୍ରଭାଗ ଛୁଇଁଲେ।

Esther 5:2 (UKJV) And it was so, when the king saw Esther the queen standing in the court, that she obtained favour in his sight: and the king held out to Esther the golden sceptre that was in his hand. So Esther drew near, and touched the top of the sceptre.

1ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲେ; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲେ।

2ଏଥିରେ ରାଜା ଏଷ୍ଟର ରାଣୀଙ୍କୁ ପ୍ରାଙ୍ଗଣରେ ଠିଆ ହେବାର ଦେଖିଲେ, ପୁଣି ଏଷ୍ଟର ରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବାରୁ ରାଜା ଏଷ୍ଟର ପ୍ରତି ଆପଣା ହସ୍ତସ୍ଥିତ ସୁବର୍ଣ୍ଣ ଦଣ୍ଡ ବଢ଼ାଇଲେ; ତେଣୁ ଏଷ୍ଟର ନିକଟକୁ ଆସି ରାଜଦଣ୍ଡର ଅଗ୍ରଭାଗ ଛୁଇଁଲେ।

3ପୁଣି, ରାଜା ତାହାଙ୍କୁ ପଚାରିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର କି ବାଞ୍ଛା ଓ କି ପ୍ରାର୍ଥନା? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ତୁମ୍ଭକୁ ଦତ୍ତ ହେବ।”

4ଏଷ୍ଟର ଉତ୍ତର କଲେ, “ଯେବେ ମହାରାଜାଙ୍କ ଦୃଷ୍ଟିରେ ଭଲ ଦିଶେ, ତେବେ ମୁଁ ଆପଣଙ୍କ ପାଇଁ ଯେଉଁ ଭୋଜ ପ୍ରସ୍ତୁତ କରିଅଛି, ମହାରାଜ ଓ ହାମନ୍‍ ଆଜି ସେହି ଭୋଜକୁ ଆଗମନ କରନ୍ତୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.