ଏଷ୍ଟର 5

ଏଥିରେ ରାଜା କହିଲେ, “ଏଷ୍ଟରଙ୍କ କଥାନୁସାରେ ଶୀଘ୍ର କର୍ମ କରିବା ପାଇଁ ହାମନ୍‍କୁ କୁହ;” ଏଥିଉତ୍ତାରେ ରାଜା ଓ ହାମନ୍‍ ଏଷ୍ଟରଙ୍କ ପ୍ରସ୍ତୁତ ଭୋଜକୁ ଆସିଲେ।

Esther 5:5 (UKJV) Then the king said, Cause Haman to make haste, that he may do as Esther has said. So the king and Haman came to the banquet that Esther had prepared.

3ପୁଣି, ରାଜା ତାହାଙ୍କୁ ପଚାରିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର କି ବାଞ୍ଛା ଓ କି ପ୍ରାର୍ଥନା? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ତୁମ୍ଭକୁ ଦତ୍ତ ହେବ।”

4ଏଷ୍ଟର ଉତ୍ତର କଲେ, “ଯେବେ ମହାରାଜାଙ୍କ ଦୃଷ୍ଟିରେ ଭଲ ଦିଶେ, ତେବେ ମୁଁ ଆପଣଙ୍କ ପାଇଁ ଯେଉଁ ଭୋଜ ପ୍ରସ୍ତୁତ କରିଅଛି, ମହାରାଜ ଓ ହାମନ୍‍ ଆଜି ସେହି ଭୋଜକୁ ଆଗମନ କରନ୍ତୁ।”

5ଏଥିରେ ରାଜା କହିଲେ, “ଏଷ୍ଟରଙ୍କ କଥାନୁସାରେ ଶୀଘ୍ର କର୍ମ କରିବା ପାଇଁ ହାମନ୍‍କୁ କୁହ;” ଏଥିଉତ୍ତାରେ ରାଜା ଓ ହାମନ୍‍ ଏଷ୍ଟରଙ୍କ ପ୍ରସ୍ତୁତ ଭୋଜକୁ ଆସିଲେ।

6ଏଥିରେ ରାଜା ଭୋଜରେ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ କହିଲେ, ତୁମ୍ଭର ନିବେଦନ କଅଣ? “ତାହା ତୁମ୍ଭକୁ ଦତ୍ତ ହେବ; ପୁଣି, ତୁମ୍ଭର ପ୍ରାର୍ଥନା କଅଣ? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ସିଦ୍ଧ ହେବ।”

7ତହିଁରେ ଏଷ୍ଟର ଉତ୍ତର ଦେଲେ, “ମୋହର ନିବେଦନ ଓ ପ୍ରାର୍ଥନା ଏହି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.