ଏଷ୍ଟର 5

ତହିଁରେ ଏଷ୍ଟର ଉତ୍ତର ଦେଲେ, “ମୋହର ନିବେଦନ ଓ ପ୍ରାର୍ଥନା ଏହି;

Esther 5:7 (UKJV) Then answered Esther, and said, My petition and my request is;

5ଏଥିରେ ରାଜା କହିଲେ, “ଏଷ୍ଟରଙ୍କ କଥାନୁସାରେ ଶୀଘ୍ର କର୍ମ କରିବା ପାଇଁ ହାମନ୍‍କୁ କୁହ;” ଏଥିଉତ୍ତାରେ ରାଜା ଓ ହାମନ୍‍ ଏଷ୍ଟରଙ୍କ ପ୍ରସ୍ତୁତ ଭୋଜକୁ ଆସିଲେ।

6ଏଥିରେ ରାଜା ଭୋଜରେ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ କହିଲେ, ତୁମ୍ଭର ନିବେଦନ କଅଣ? “ତାହା ତୁମ୍ଭକୁ ଦତ୍ତ ହେବ; ପୁଣି, ତୁମ୍ଭର ପ୍ରାର୍ଥନା କଅଣ? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ସିଦ୍ଧ ହେବ।”

7ତହିଁରେ ଏଷ୍ଟର ଉତ୍ତର ଦେଲେ, “ମୋହର ନିବେଦନ ଓ ପ୍ରାର୍ଥନା ଏହି;

8ମୁଁ ଯେବେ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ପୁଣି ମୋହର ନିବେଦନୀୟ ବିଷୟ ଦେବାକୁ ଓ ପ୍ରାର୍ଥନା ସିଦ୍ଧ କରିବାକୁ ଯେବେ ମହାରାଜ ତୁଷ୍ଟ ହୁଅନ୍ତି, ତେବେ ମୁଁ ଯେଉଁ ଭୋଜ ଆପଣମାନଙ୍କ ନିମନ୍ତେ ପ୍ରସ୍ତୁତ କରିବି, ତହିଁକି ମହାରାଜ ଓ ହାମନ୍‍ ଆସନ୍ତୁ, ମୁଁ କାଲି ମହାରାଜାଙ୍କ ଆଜ୍ଞାନୁସାରେ କହିବି।”

9ତହିଁରେ ସେହି ଦିନ ହାମନ୍‍ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ବାହାରକୁ ଗଲା; ମାତ୍ର ହାମନ୍‍ ରାଜଦ୍ୱାରରେ ଆପଣା ସମ୍ମୁଖରେ ମର୍ଦ୍ଦଖୟଙ୍କୁ ଉଠି ଠିଆ ନ ହେବାର କିଅବା ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖୟ ବିରୁଦ୍ଧରେ କ୍ରୋଧରେ ପରିପୂର୍ଣ୍ଣ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.