7ତହିଁରେ ଏଷ୍ଟର ଉତ୍ତର ଦେଲେ, “ମୋହର ନିବେଦନ ଓ ପ୍ରାର୍ଥନା ଏହି;
8ମୁଁ ଯେବେ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ପୁଣି ମୋହର ନିବେଦନୀୟ ବିଷୟ ଦେବାକୁ ଓ ପ୍ରାର୍ଥନା ସିଦ୍ଧ କରିବାକୁ ଯେବେ ମହାରାଜ ତୁଷ୍ଟ ହୁଅନ୍ତି, ତେବେ ମୁଁ ଯେଉଁ ଭୋଜ ଆପଣମାନଙ୍କ ନିମନ୍ତେ ପ୍ରସ୍ତୁତ କରିବି, ତହିଁକି ମହାରାଜ ଓ ହାମନ୍ ଆସନ୍ତୁ, ମୁଁ କାଲି ମହାରାଜାଙ୍କ ଆଜ୍ଞାନୁସାରେ କହିବି।”
9ତହିଁରେ ସେହି ଦିନ ହାମନ୍ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ବାହାରକୁ ଗଲା; ମାତ୍ର ହାମନ୍ ରାଜଦ୍ୱାରରେ ଆପଣା ସମ୍ମୁଖରେ ମର୍ଦ୍ଦଖୟଙ୍କୁ ଉଠି ଠିଆ ନ ହେବାର କିଅବା ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖୟ ବିରୁଦ୍ଧରେ କ୍ରୋଧରେ ପରିପୂର୍ଣ୍ଣ ହେଲେ।
10ତଥାପି ହାମନ୍ ଆପଣା କ୍ରୋଧ ସମ୍ଭାଳି ଗୃହକୁ ଗଲା, ପୁଣି ଆପଣା ମିତ୍ରଗଣକୁ ଓ ଆପଣା ଭାର୍ଯ୍ୟା ସେରଶ୍କୁ ଡକାଇ ଆଣିଲେ।
11ଆଉ, ହାମନ୍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିପରି ତାହାର ପଦ ବୃଦ୍ଧି କରିଅଛନ୍ତି ଓ କିପରି ତାହାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଅଛନ୍ତି, ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲେ।